ସମାଜସେବୀ ଦାମୋଦର ସାମଲଙ୍କ ଦ୍ୱାଦଶାହରେ ଶ୍ରଦ୍ଧାଞ୍ଜଳି ସଭା

କେନ୍ଦ୍ରାପଡା, (ଚିତ୍ତରଞ୍ଜନ ଦାସ) : କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ ଭରତପୁର ପଞ୍ଚାୟତର ବିଶିଷ୍ଟ ସମାଜସେବୀ ସ୍ୱର୍ଗତ ଦାମୋଦର ସାମଲଙ୍କ ଦ୍ୱାଦଶାହ ଅବସରରେ ତାଙ୍କ ଭରତପୁର(ହରିଡାଦଣ୍ଡା)ସ୍ଥିତ ବାସଭବନ ପରିସରରେ ଏକ ଶ୍ରଦ୍ଧାଞ୍ଜଳି ସଭା ଅନୁଷ୍ଠିତ ହୋଇଯାଇଛି । ଏହି ଉପଲକ୍ଷେ ବରିଷ୍ଠ ନାଗରିକ ରାଜକିଶୋର ମହାନ୍ତିଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଶ୍ରଦ୍ଧାଞ୍ଜଳି ସଭାରେ ପୂର୍ବତନ ବ୍ଲକ ଅଧ୍ୟକ୍ଷ ପ୍ରଦୀପ୍ତ ମହାନ୍ତି, ଭରତପୁର ସରପଞ୍ଚ ଜୀନତପ୍ରିୟଦର୍ଶିନୀ ରାଉତ, ପୂର୍ବତନ ସରପଞ୍ଚ ଚିତ୍ତରଞ୍ଜନ ଦାସ, ଶରତ ସାମଲ, ପୂର୍ବତନ ସରପଞ୍ଚ ପ୍ରସନ୍ନ କୁମାର ମଲିକ, ଶିକ୍ଷକ ବାନାମ୍‌ବ ସ୍ୱାଇଁ ପ୍ରମୁଖ ବହୁ ବିଶିଷ୍ଟ ବ୍ୟକ୍ତି ଯୋଗଦେଇ ସ୍ୱର୍ଗତ ସାମଲଙ୍କ ଜୀବନାଦର୍ଶ ଉପରେ ଆଲୋକପାତ କରି ଶ୍ରଦ୍ଧାସୁମନ ଅର୍ପଣ କରିଥିଲେ ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ