ସମ୍ବିତ ପାତ୍ରକୁ ନୋଟିସ

ପୁରୀ ଲୋକସଭା ଆସନ ପାଇଁ ବିଜେପି ପ୍ରାର୍ଥୀ ସମ୍ବିତ ପାତ୍ରଙ୍କୁ ନୋଟିସ୍ କରାଯାଇଛି । ସମ୍ବିତଙ୍କୁ କାରଣ ଦର୍ଶାଅ ନୋଟିସ୍ ଜାରି କରିଛନ୍ତି ପୁରୀ ଜିଲ୍ଲାପାଳ। ନିର୍ବାଚନ ଆଚରଣବିଧି ଉଲ୍ଲଙ୍ଘନ କରିବା ଅଭିଯୋଗରେ ଏହି ନୋଟିସ୍ ଜାରି ହୋଇଛି । ଉତ୍ତରାରୁ ପୁରୀ ପର‌୍ୟ୍ୟନ୍ତ ଶୋଭାଯାତ୍ରା ପାଇଁ ଅନୁମତି ନ ନେଇ ଶୋଭାଯାତ୍ରା କରିଥିବାରୁ ନୋଟିସ୍ ଜାରି ହୋଇଛି।, ସମ୍ବିତ ପାତ୍ରଙ୍କ ବିରୁଦ୍ଧରେ କଂଗ୍ରେସ ନିର୍ବାଚନ ଆଚରଣ ବିଧି ଉଲ୍ଲଙ୍ଘନ ଅଭିଯୋଗ ଆଣିଥିଲା। ପିସିସି ମୁଖପାତ୍ର ନିଶିକାନ୍ତ ମିଶ୍ରଙ୍କ ନେତୃତ୍ୱରେ କଂଗ୍ରେସର ଏକ ପାଞ୍ଚଜଣିଆ ପ୍ରତିନିଧି ଦଳ ଗତକାଲି ମୁଖ୍ୟ ନିର୍ବାଚନ ଅଧିକାରୀଙ୍କୁ ଭେଟି ଡଃ ପାତ୍ରଙ୍କ ବିରୁଦ୍ଧରେ ଅଭିଯୋଗ କରିଥିଲେ। ସମ୍ବିତ ପାତ୍ର ଓଡ଼ିଶାର ଆରାଧ୍ୟ ଦେବତା ପ୍ରଭୁ ଜଗନ୍ନାଥଙ୍କ ବିଗ୍ରହକୁ ହାତରେ ଧରି ନିର୍ବାଚନ ରାଲି କରିଥିଲେ।
ଯାହାକି ନିର୍ବାଚନ ଆଦର୍ଶ ଆଚରଣ ବିଧିର ଖୋଲାଖୋଲି ଉଲଙ୍ଘନ ବୋଲି କଂଗ୍ରେସ ଅଭିଯୋଗ କରିଥିଲା। ତେଣୁ ତାଙ୍କ ବିରୋଧରେ ଦୃଢ଼ କାର‌୍ୟ୍ୟାନୁଷ୍ଠାନ ଗ୍ରହଣ କରିବା ନେଇ କଂଗ୍ରେସ ଦାବି କରିଥିଲା ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ