ସମ୍ଭାବ୍ୟ ମରୁଡି ପରିସ୍ଥିତି ମୁକାବିଲା : ୭ ଦିନରେ ସବୁ ଉଠା ଜଳସେଚନ ପ୍ରକଳ୍ପକୁ କାର୍ଯ୍ୟକ୍ଷମ କରିବାକୁ ନିର୍ଦ୍ଦେଶ

ଭୁବନେଶ୍ୱର, (ୱାଇଏନ୍‌ଏସ୍‌): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ ରାଜ୍ୟରେ ସମ୍ଭାବ୍ୟ ମରୁଡି ପରିସ୍ଥିତି ସଂପର୍କରେ ସମୀକ୍ଷା କରି ଏହାର ମୁକାବିଲା କରିବାକୁ ନିର୍ଦ୍ଦେଶ ଦେବା ସହିତ ଚାଷୀ ମାନଙ୍କ ପାଇଁ ଜରୁରୀକାଳୀନ ଫସଲ ଯୋଜନା (କଂଟିଜେନ୍ସି କ୍ରପ୍ ପ୍ଲାନ୍‌) କାର୍ଯ୍ୟକାରୀ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି । ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ବର୍ତମାନ ସୁଦ୍ଧା ରାଜ୍ୟର ୨୧୩ଟି ବ୍ଲକ୍ ରେ ବର୍ଷାର ଅଭାବ ଦେଖାଦେଇଛି, ଯାହାକି କୃଷି କାର୍ଯ୍ୟକ୍ରମକୁ ପ୍ରଭାବିତ କରିବାର ଆଶଙ୍କା ରହିଛି । କୃଷି ଓ କୃଷକ ସଶକ୍ତିକରଣ ବିଭାଗକୁ ସତର୍କ ରହିବାକୁ ନିର୍ଦ୍ଦେଶ ଦେଇ ଦୈନିକ ଭିତିରେ ପରିସ୍ଥିତି ଉପରେ ନଜର ରଖିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । ସଂପୃକ୍ତ ଜିଲ୍ଲାପାଳମାନେ କ୍ଷେତ୍ରସ୍ତରରେ ତୁରନ୍ତ ପଦକ୍ଷେପ ନେବା ପାଇଁ ପରାମର୍ଶ ଦେଇଛନ୍ତି ।ଫସଲ ପାଇଁ ଜରୁରୀକାଳୀନ ଯୋଜନା, କେନାଲ ଗୁଡିକରେ ଜଳପ୍ରବାହ ଏବଂ ମହାତ୍ମାଗାନ୍ଧୀ ନିଶ୍ଚିତ କର୍ମନିଯୁକ୍ତି କାର୍ଯ୍ୟକ୍ରମ ଗୁଡିକ ମଧ୍ୟରେ ଉତମ ସମନ୍ୱୟ ରଖି କାର୍ଯ୍ୟ କରିବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି ।ଚାଷୀ ମାନଙ୍କ ଫସଲ ନଷ୍ଟ ହେବା କ୍ଷେତ୍ରରେ ଦ୍ୱିତୀୟ ଫସଲ ପାଇଁ ବିହନ ଓ ମିନିକିଟ୍ ଯୋଗାଇ ଦେବା ଏବଂ ଯେଉଁଠାରେ ଫସଲ ଅଛି, ତାକୁ ସୁରକ୍ଷିତ ରଖିବା ପାଇଁ ରିହାତି ଦରରେ ଚାଷୀ ମାନଙ୍କୁ ଡିଜେଲ ପମ୍ପ୍‌ସେଟ୍ ଯୋଗାଇ ଦେବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି ।ସେହିପରି ଚାଷୀ ମାନଙ୍କ ଜମିକୁ ଜଳଯୋଗାଣକୁ ସୁରକ୍ଷିତ ରଖିବା ପାଇଁ ଗୋଟିଏ ଜାଗାରେ ଅଧ ଏକରରୁ ଅଧିକ ଥିବା ଚାଷ ଜମି ପାଇଁ ପୋଖରୀ (ୠବକ୍ସଜ୍ଞ ଚକ୍ଟଦ୍ଭୟ) ଖୋଳିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । ଏହାସହିତ ସମସ୍ତ ଉଠାଜଳସେଚନ ପଏଂଟ ଗୁଡିକୁ ୭ ଦିନ ମଧ୍ୟରେ ମରାମତି ଓ ପୁନରୁଦ୍ଧାର କରି କାର୍ଯ୍ୟକ୍ଷମ କରିବା ପାଇଁ ସେ ନିର୍ଦ୍ଦେଶ ଦେଇଛନ୍ତି । ଛୋଟ ଓ ନାମମାତ୍ର ଚାଷୀ ଓ କୃଷି ଶ୍ରମିକ ମାନଙ୍କୁ ଜୀବିକା ସହାୟତା ଦେବା ପାଇଁ ବିଭିନ୍ନ ରୋଜଗାର ସୃଷ୍ଟିକାରୀ ଯୋଜନା ଉପରେ ପ୍ରାଥମିକତା ଦେବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି । ତଳିଆ ଅଂଚଳର ଚାଷୀମାନଙ୍କ ପାଇଁ ଜଳଯୋଗାଣ ସୁନିଶ୍ଚିତ କରିବା ଓ ଭୂତଳ ଜଳ କ୍ସରମଷବକ୍ସଶସଦ୍ଭଶ ପାଇଁ ପଦକ୍ଷେପ ନେବାକୁ ଜଳସଂପଦ ବିଭାଗକୁ ପରାମର୍ଶ ଦେଇଛନ୍ତି ।ଜନସାଧାରଣ ଓ ପ୍ରାଣୀସଂପଦ ମାନଙ୍କ ପାଇଁ ଯେପରି ପାନୀୟ ଜଳର ଅଭାବ ନ ହୁଏ, ତାହା ସୁନିଶ୍ଚିତ କରିବାକୁ ଜିଲ୍ଲା ଓ ପୌରସଂସ୍ଥା କର୍ଲୃପକ୍ଷମାନେ ପଦକ୍ଷେପ ନେବାକୁ ସେ ନିର୍ଦ୍ଦେଶ ଦେଇଛନ୍ତି । ଚାଷୀ ଓ ସାଧାରଣ ଜନତାଙ୍କ ଉପରେ ମରୁଡିର ପ୍ରଭାବ କମ୍ କରିବା ପାଇଁ ସମସ୍ତ ପ୍ରକାର ପଦକ୍ଷେପ ନେବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି । ମୁଖ୍ୟ ଶାସନ ସଚିବ ଶ୍ରୀ ସୁରେଶ ଚନ୍ଦ୍ର ମହାପାତ୍ର ସୂଚନା ଦେଇ କହିଥିଲେ ଯେ ବର୍ତମାନ ସୁଦ୍ଧା ରାଜ୍ୟରେ ବୃଷ୍ଟିପାତ ୩୦ ପ୍ରତିଶତ କମ୍ ରହିଛି । ଧାନ ଫସଲ ପାଇଁ ସମସ୍ୟା ଦେଖା ଦେଇଥିଲେ ମଧ୍ୟ ଅଣଧାନ ଫସଲ ପାଇଁ କୌଣସି ସମସ୍ୟା ସୃଷ୍ଡି ହୋଇନାହିଁ । ଏମଜିନରେଗାରେ ଅଧିକ କର୍ମନିଯୁକ୍ତି ସୃଷ୍ଟି ପାଇଁ ପଦକ୍ଷେପ ନିଆଯାଉଛି ବୋଲି ସେ କହିଥିଲେ ।ବୈଠକରେ ପଂଚାୟତିରାଜ ଓ ପାନୀୟ ଜଳ ବିଭାଗ, କୃଷି ଓ କୃଷକ ସଶକ୍ତିକରଣ ବିଭାଗ ଏବଂ ଜଳସଂପଦ ବିଭାଗ ନିଜସ୍ୱ ବିକଳ୍ପ ଯୋଜନା ସଂପର୍କରେ ମୁଖ୍ୟମନ୍ତ୍ରୀଙ୍କ ନିକଟରେ ଉପସ୍ଥାପନା ରଖିଥିଲେ ।କଳାହଣ୍ଡି, ସୁନ୍ଦରଗଡ, ଅନୁଗୁଳ ଓ ରାୟଗଡା ଜିଲ୍ଲାର ଜିଲ୍ଲାପାଳ ମାନେ ଜିଲ୍ଲାର ପରିସ୍ଥିତି ସଂପର୍କରେ ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କରାଇଥିଲେ । ପାଣିପାଗ ବିଭାଗର ଆଂଚଳିକ ନିର୍ଦ୍ଦେଶକ ରାଜ୍ୟରେ ବୃଷ୍ଟିପାତ ସଂପର୍କରେ ସୂଚନା ଦେଇ କହିଥିଲେ ଯେ ସେପ୍େଟମ୍ବର ମାସରେ ସ୍ୱଭାବିକ ବୃଷ୍ଟିପାତ ହୋଇ ୨୨୬.୬ ମି.ମି. ବର୍ଷା ହେବାର ସମ୍ଭାବନା ରହିଛି ।କାମଧନ୍ଦା ଅଭାବରୁ ବାହାର ରାଜ୍ୟକୁ ଯାଉଥିବା ଲୋକଙ୍କୁ ଯେପରି ରାଜ୍ୟ ମଧ୍ୟରେ କାମ ଯୋଗାଇ ଦିଆଯାଇପାରିବ, ସେ ସଂପର୍କରେ ବୈଠକରେ ଗୁରୁତ୍ୱ ଆରୋପ କରାଯାଇଥିଲା । ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଭି.କେ. ପାଣ୍ଡିଆନ ବୈଠକ ପରିଚାଳନା କରିଥିଲେ । ଉନ୍ନୟନ କମିଶନର ଓ ବିଭିନ୍ନ ବିଭାଗର ପ୍ରମୁଖ ସଚିବ ଓ ସଚିବମାନେ ବୈଠକରେ ଉପସ୍ଥିତ ଥିଲେ ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ