ସରକାରୀ ଉଚ୍ଚ ବିଦ୍ୟାଳୟର ବାର୍ଷିକ ଉତ୍ସବ ସମାରୋହ

କୋଣାର୍କ, (ଗଣେଶ ଚନ୍ଦ୍ର ବେହେରା):କୋଣାର୍କ ସ୍ଥିତ ଅନୁସୂଚିତ ଜାତି ଓ ଜନଜାତି ଉନ୍ନୟନ କଲ୍ୟାଣ ବିଭାଗ ପକ୍ଷରୁ ପରିଚାଳିତ ସରକାରୀ ଉଚ୍ଚ ବିଦ୍ୟାଳୟ ପରିସରରେ ବାର୍ଷିକ ଉତ୍ସବ ସମାରୋହ ପାଳିତ ହୋଇଯାଇଛି। ଖବରରୁ ପ୍ରକାଶ ଯେ ପୁରୀ ଜିଲ୍ଲା ମଂଗଳ ଅଧିକାରୀ ବିକାଶ କୁମାର ମହାନ୍ତିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବାର୍ଷିକ ଉତ୍ସବ ସମାରୋହ ଓ ପୁରସ୍କାର ବିତରଣ କାର୍ଯ୍ୟକ୍ରମ ରେ ଅତିଥି ଭାବରେ କୋଣାର୍କ ଜବାହର ନବୋଦୟ ବିଦ୍ୟାଳୟର ଅଧ୍ୟକ୍ଷ ନୃସିଂହ ଚରଣ କର, କୋଣାର୍କ ଏନଏସି ଅଧ୍ୟକ୍ଷା ସୁଶ୍ରୀ ସଂଯୁକ୍ତା ତ୍ରିପାଠୀ, ଚମ୍ପାହାର ଅଗ୍ନିଶମ କେନ୍ଦ୍ରର ଅଧିକାରୀ ଜ୍ୟୋତିପ୍ରକାଶ ରଥ, ସମାଜସେବୀ ତଥା ଶିକ୍ଷାବିତ ରାମକୃଷ୍ଣ ମହାନ୍ତି ପ୍ରମୁଖ ଯୋଗଦେଇ ଛାତ୍ର ଛାତ୍ରୀ ମାନଙ୍କ ମଧ୍ୟରେ ଗୁଣାତ୍ମକ ଶିକ୍ଷାର ମାନ ବୃଦ୍ଧି କରିବାରେ ଶିକ୍ଷା, ସାଂସ୍କୃତିକ, କ୍ରୀଡ଼ା ଓ କଳାର ଅଭିବୃଦ୍ଧି ଘଟିଲେ ସେମାନଙ୍କ ଶାରୀରିକ ଓ ମାନସିକ ମୂଲ୍ୟବୋଧର ବିକାଶ ଦ୍ଵାରା ଏକ ସୁସ୍ଥ ସମାଜ ଗଠନ ଗଠନ ସମ୍ଭବପର ବୋଲି ଆଲୋକପାତ କରିଥିଲେ। ବିଦ୍ୟାଳୟର ଭାରପ୍ରାପ୍ତ ପ୍ରଧାନ ଶିକ୍ଷକ ପ୍ରଦୀପ୍ତ କୁମାର ପଣ୍ଡା ସଂପାଦକୀୟ ବିବରଣୀ ଓ ଉଚ୍ଚ ବିଦ୍ୟାଳୟର କାର୍ଯ୍ୟଧାରା ଉପରେ ମତବ୍ୟକ୍ତ କରିଥିଲେ। ଏହି ପରିପ୍ରେକ୍ଷୀରେ ସରକାରୀ ଉଚ୍ଚ ବିଦ୍ୟାଳୟର ଛାତ୍ରଛାତ୍ରୀ ମାନଙ୍କ ଦ୍ଵାରା ଆଧ୍ୟାତ୍ମିକ ଓ ଚେତନା ଧର୍ମୀ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯାଇଥିଲା। ଏହି ସମାରୋହରେ ବାର୍ଷିକ କ୍ରୀଡା ଉତ୍ସବରେ କୃତିତ୍ବ ଅର୍ଜନ କରିଥିବା ଛାତ୍ରଛାତ୍ରୀ ମାନଙ୍କୁ ପୁରସ୍କୃତ କରାଯାଇଥିଲା। ଏହି କାର୍ଯ୍ୟକ୍ରମକୁ ବିଦ୍ୟାଳୟର କ୍ରୀଡା ଶିକ୍ଷକ ଅଭୟ କୁମାର ମଲ୍ଲ, ଶିକ୍ଷକ ସୂର୍ଯ୍ୟ ନାରାୟଣ ମିଶ୍ର, ବରିଷ୍ଠ ଶିକ୍ଷୟିତ୍ରୀ ନୟନା ଶତପଥୀ, ବନଜା ମହାନ୍ତି, ଲିନୁ ଜେନା, ଦୀପିକା ଜେନା ଓ ଶିକ୍ଷକ ଭାଗୀରଥୀ ପାଇକରାୟ ପ୍ରମୁଖ ପରିଚାଳନା କରିଥିଲେ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ