ସରକାରୀ ଏନଏସି ଉଚ୍ଚ ବିଦ୍ୟାଳୟର ବାର୍ଷିକୋତ୍ସବ
ହିଞ୍ଜିଳିକାଟୁ, (ଯୁଗାବ୍ଦ ନ୍ୟୁଜ, ଶେଷଦେବ ସାହୁ): ହିଞ୍ଜିଳିକାଟୁ ପୌରାଂଚଳ ସ୍ଥିତ ସରକାରୀ ଏନଏସି ଉଚ୍ଚ ବିଦ୍ୟାଳୟର ବାର୍ଷିକତ୍ସୋବ ଶୁକ୍ରବାର ବିଦ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଯାଇଅଛି । ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଭଗବାନ ମହାନ୍ତିଙ୍କ ତତ୍ୱାବଧାନରେ ଆୟୋଜିତ ଉତ୍ସବରେ ମୁଖ୍ୟ ଅତିଥି ଭାବେ ପୌର ପରିଷଦର ନିର୍ବାହୀ ଅଧିକାରୀ ଡ଼ଃ. ମନୋରଂଜନ ସାହୁ ଯୋଗଦେଇ ଶୁଭ ଉଦଘାଟନ କରିଥିଲେ । ମୁଖ୍ୟ ବକ୍ତା ଭାବେ ଗୋଷ୍ଠୀ ଶିକ୍ଷାଧିକାରୀ ବସନ୍ତ କୁମାର ପଣ୍ଡା ଯୋଗଦେଇ ଶିକ୍ଷା ଅଧ୍ୟୟନ ଶିକ୍ଷାର୍ଥୀଙ୍କ ମୂଳମନ୍ତ୍ର ହେବା ଆବଶ୍ୟକ ବୋଲି କହିଥିଲେ । ସମ୍ମାନିତ ଅତିଥି ଭାବେ ବିଦ୍ୟାଳୟ ପରିଚାଳନା କମିଟିର ସଭାପତି ଅଜୟ କୁମାର ପାଠି, ଏବିଇଓ ବିଶ୍ୱନାଥ ମହାରଣା, ବିଦ୍ୟାଳୟର ପ୍ରାକ୍ତନ ପ୍ରଧାନ ଶିକ୍ଷକ ଏସ. କ୍ରିଷ୍ଣ୍ରାୟା ଓ ଲିଙ୍ଗରାଜ ସେନାପତି ମଂଚାସିନ ଥିଲେ । ଶିକ୍ଷକ ରଜନିକାନ୍ତ ସାହୁ ଅତିଥି ପରିଚୟ ପ୍ରଦାନ କରିଥିବା ବେଳେ ପ୍ରଧାନଶିକ୍ଷକ ମହାନ୍ତି ବାର୍ଷିକ ବିବରଣୀ ପାଠ କରିଥିଲେ । ଏହି ଅବସରରେ ୬ଷ୍ଠ ଠାରୁ ୮ମ ଶ୍ରେଣୀ ଶିକ୍ଷାର୍ଥୀଙ୍କୁ ପୋଷାକ ବଂଟନ କରାଯିବା ସହ ବାର୍ଷିକ କ୍ରୀଡ଼ା ପ୍ରତିଯୋଗିତାରେ କୃତୀ ପ୍ରତିଯୋଗୀଙ୍କୁ ପୁରସ୍କାର ପ୍ରଦାନ କରାଯାଇଥିଲା । ଶିକ୍ଷକ ସନ୍ତୋଷ କୁମାର ପଣ୍ଡା ଧନ୍ୟବାଦ ଅର୍ପଣ କରିଥିଲେ । ପରିଶେଷରେ ଶିକ୍ଷାର୍ଥୀ ମାନଙ୍କ ଦ୍ୱାରା ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯାଇଥିଲା ।ଶିକ୍ଷୟତ୍ରି ନିଲିମା ଦଳାଇ, ସାଗରିକା ପଣ୍ଡାଭବାନି ପଣ୍ଡା, ଶିକ୍ଷକ ତପନ ପାଣିଗ୍ରାହୀ, ଗିରିଧାରି ପୁରୋହିତ ଓ ବିଦ୍ୟାଳୟ କର୍ମଚାରୀ ବୃନ୍ଦ ପରିଚାଳନାରେ ସହଯୋଗ କରିଥିଲେ ।