ସରକାରୀ ବୃନ୍ଦାବନ ବିଦ୍ୟାଳୟ ପକ୍ଷରୁ ଜାତୀୟ ଯୁବ ଦିବସ ପାଳିତ
ହିଞ୍ଜିଳିକାଟୁ, (ଯୁଗାବ୍ଦ ନ୍ୟୁଜ, ଶେଷଦେବ ସାହୁ): ହିଂଜିଳିକାଟୁ ପୌରାଂଚଳ ସ୍ଥିତ ସରକାରୀ ବୃନ୍ଦାବନ ବିଦ୍ୟାଳୟ ପକ୍ଷରୁ ରବିବାର ଜାତୀୟ ଯୁବ ଦିବସ ପାଳିତ ହୋଇଯାଇଛି । ବିଦ୍ୟାଳୟ ଇକୋ କ୍ଳବର ଶିକ୍ଷାର୍ଥୀ ମାନେ ପୂର୍ବାହ୍ନରେ ହାତରେ ଲିଫ୍ଲେଟ ଓ ବ୍ୟାନର ଧରି ସଡ଼କ ସୁରକ୍ଷା, ପ୍ଳାଷ୍ଟିକ ହଟାଅ- ପରିବେଷ ବଂଚାଅ ସର୍ମ୍ପକିତ ସ୍ଳୋଗାନ ଦେଇ ନଗର ପରିକ୍ରମା କରିଥିଲେ । ନଗର ପରିକ୍ରମା ପରେ ବିଦ୍ୟାଳୟ ପରିସରରେ ପ୍ରଧାନ ଶିକ୍ଷୟତ୍ରୀ ଶାନ୍ତିଲତା ମୁନିଙ୍କ ଅଧ୍ୟକ୍ଷତାରେ ଏକ ବୈଠକ ଅନୁଷ୍ଠିତ ହୋଇଥିଲା । ଉକ୍ତ ବୈଠକରେ ବିଦ୍ୟାଳୟର ଶିକ୍ଷକ, ଶିକ୍ଷୟତ୍ରୀ ଓ ଶିକ୍ଷାର୍ଥୀ ମାନେ ସ୍ୱାମୀ ବିବେକାନ୍ଦଙ୍କ ଜୀବନ କାହାଣୀ ସମ୍ପର୍କରେ ଆଲୋକପ୍ଧଚ୍ଛ କରିଥିଲେ । ଏହି ଅବସରରେ ବିଦ୍ୟାଳୟର ଶିକ୍ଷାର୍ଥୀ ମାନଙ୍କ ମଧ୍ୟରେ ଚିତ୍ରାଙ୍କନ ଓ ସୁନ୍ଦର ହସ୍ତାକ୍ଷର ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା । କୃତୀ ପ୍ରତିଯୋଗୀ ମାନଙ୍କୁ ପୁରସ୍କୃତ କରାଯାଇଥିଲା । ବିଦ୍ୟାଳୟର ସମସ୍ତ ଶିକ୍ଷକ, ଶିକ୍ଷୟତ୍ରୀ ଓ କର୍ମଚାରୀ ବୃନ୍ଦ କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ ।