ସରପଞ୍ଚଙ୍କ ସ୍ୱାମୀ ମରାଣାତ୍ମକ ଆକ୍ରମଣର ଶିକାର ହୋଇଛନ୍ତି

ବାଲେଶ୍ୱର, (ସରୋଜ ପଣ୍ଡା):ବାଲେଶ୍ୱର ଜିଲ୍ଲା ସୋର ଥାନା ଅନ୍ତର୍ଗତ ସାଉଡ ପଞ୍ଚାୟତ ସରପଞ୍ଚଙ୍କ ସ୍ୱାମୀ ମରାଣାତ୍ମକ ଆକ୍ରମଣର ଶିକାର ହୋଇଛନ୍ତି। ତାଙ୍କ ନାଁ କମଳଲୋଚନ ପଣ୍ଡା। ତାଙ୍କୁ ଗୁରୁତର ଅବସ୍ଥାରେ ବାଲେଶ୍ୱର ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।ସୂଚନାଅନୁସାରେ,ସରପଞ୍ଚ ସୁଲୋଚନା ପଣ୍ଡାଙ୍କ ସ୍ୱାମୀ କମଳ ଲୋଚନ ଆଜି ସକାଳେ ଗାଁ ନିକଟସ୍ଥ ଏକ ମନ୍ଦିରରେ ଥିଲେ। ଏହି ସମୟରେ ସେହି ଗାଁର ସୁକଦେବ ବାରିକ୍‌ ନାମକ ବ୍ୟକ୍ତି ସେଠାରେ ପହଞ୍ଚିଲେ। ଉଭୟଙ୍କ ମଧ୍ୟରେ ପୂର୍ବରୁ ଶତ୍ରୁତା ଲାଗି ରହିଥିଲା। ଏହାକୁ କେନ୍ଦ୍ର କରି ସୁକଦେବ କମଳଲୋଚନଙ୍କୁ ଭୂଜାଲିରେ ଆକ୍ରମଣ କରିଥିଲେ। ଗୁରୁତର ଅବସ୍ଥାରେ ତାଙ୍କୁ ଗାଁ ଲୋକେ ବାଲେଶ୍ୱର ଡାକ୍ତରଖାନାରେ ଭର୍ତ୍ତି କରିଛନ୍ତି। ଖବର ପାଇ ସୋର ପୁଲିସ୍‌ ଘଟଣାସ୍ଥଳରେ ପହଞ୍ଚି ସୁକେଦବକଙ୍କୁ ଗିରଫ କରିଛି। ଏଥିସହ ଭୂଜାଲି ଜବତ କରିଛି।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ