ସରସ୍ବତୀ ଶିଶୁ ବିଦ୍ୟାମନ୍ଦିରରେ ଗୁରୁ ଦିବସ ପାଳିତ

ଛତ୍ରପୁର, (ଦେବଦତ୍ତ ମହାରଣା):ସ୍ଥାନୀୟ ସରସ୍ଵତୀ ଶିଶୁବିଦ୍ୟା ମନ୍ଦିର, ପରିସରରେ ଗୁରୁ ଦିବସ ମହା ସମାରୋହରେ ପାଳିତ ହୋଇଯାଇଛି । ଏହି ଅବସରରେ ନିକଟସ୍ଥ ବିପୁଳିଙ୍ଗି ଉଚ୍ଚବିଦ୍ୟାଳୟର ଅବସରପ୍ରାପ୍ତ ସଂସ୍କୃତ ପଣ୍ଡିତ ଶ୍ରୀ ରମେଶ ଚନ୍ଦ୍ର ତ୍ରିପାଠୀ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଦୀପ ପ୍ରଜ୍ବଳନ କରି କାର୍ଯ୍ୟକ୍ରମ ଆରମ୍ଭ କରିଥିଲେ। ପ୍ରଧାନାଚାର୍ଯ୍ୟ ଶ୍ରୀ ରବୀନ୍ଦ୍ରନାଥ ଦାଶ ଅତିଥି ପରିଚୟ ସହ ସ୍ଵାଗତ ଭାଷଣ ପ୍ରଦାନ କରିଥିଲେ । ଅନୁଷ୍ଠାନର ସଭାପତି ଶ୍ରୀଉପେନ୍ଦ୍ର ମହାନ୍ତି ସଭାପତିତ୍ଵ କରିଥିଲା ବେଳେ ଉପସଭାପତି ଶ୍ରୀମତୀ ଗୀତା ପାଢୀ, ସଦସ୍ୟ ଶ୍ରୀରାମ ପ୍ରସାଦ ପଟ୍ଟନାୟକ, ସଦସ୍ୟା ଶ୍ରୀମତି ସୁନୀତା ସେଠୀ ପ୍ରମୁଖ ଉପସ୍ଥିତ ଥିଲେ । ମୁଖ୍ୟଅତିଥି ତାଙ୍କ ବକ୍ତବ୍ୟରେ ଜୀବନରେ ଗୁରୁର ଭୂମିକା କିପରି ଗୁରୁତ୍ବପୂର୍ଣ୍ଣ ସେ ବିଷୟରେ ବକ୍ତବ୍ୟ ପ୍ରଦାନ କରିଥିଲେ। ପ୍ରଧାନାଚାର୍ଯ୍ୟ, ସଭାପତି, ଆଚାର୍ଯ୍ୟ ଶ୍ରୀକାନ୍ତ ମହାପାତ୍ର ମଧ୍ୟ ସେମାନଙ୍କର ମତ ରଖିଥିଲେ । ଗୁରୁ ପୂଜନ ଅବସରରେ ମୁଖ୍ୟ ଅତିଥି ଶ୍ରୀ ତ୍ରିପାଠୀଙ୍କୁ ସମ୍ମାନୀତ କରିବା ସହ ଉପଢ଼ୌକନ ପ୍ରଦାନ କରାଯାଇଥିଲା। ଦଶମ ଶ୍ରେଣୀ ଛାତ୍ରଛାତ୍ରୀମାନେ ଅନୁଷ୍ଠାନର ସମସ୍ତ ଗୁରୁଜୀ ଗୁରୁମା ମାନଙ୍କୁ ସମ୍ମାନୀତ କରିଥିଲେ । ଶେଷରେ ବରିଷ୍ଠ ଆଚାର୍ଯ୍ୟ ଟି ସୁରେଶ କୁମାର ଆଚାରୀ ଧନ୍ୟବାଦ ଅର୍ପଣ କରିଥିଲେ । ସମସ୍ତ ଗୁରୁଜୀ ଗୁରୁମା ସହଯୋଗ କରିଥିଲେ ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ