ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ବାର୍ଷିକ ଉତ୍ସବ
ଆରଡି, (ଆଲୋକ ଚନ୍ଦ୍ର ନାୟକ):ଧାମନଗର ବ୍ଲକ ସାହାସପୁର ପଞ୍ଚାୟତ ସ୍ଥିତ ପୋଖରୀଆ ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ବାର୍ଷିକ ଉତ୍ସବ ରବିବାର ସନ୍ଧ୍ୟାରେ ଅନୁଷ୍ଠିତ ହୋଇ ଯାଇଛି । ବିଦ୍ୟାଳୟ ପ୍ରତିଷ୍ଠାତା ହରେକୃଷ୍ଣ ଦାସଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସଭାରେ ଭଦ୍ରକ ଜିଲାପାଳ ଦୀଲିପ କୁମାର ରାଉତରାଏ ମୁଖ୍ୟ ଅତିଥି, ପଣ୍ଡିତ ସଂଗ୍ରାମ ଆଚାର୍ଯ୍ୟ ମୁଖ୍ୟ ବକ୍ତା ଭାବରେ ଯୋଗ ଦେଇଥିଲେ । ଅବସରପ୍ରାପ୍ତ ପ୍ରଧାନ ଶିକ୍ଷକ ବାସୁଦେବ ସାମଲ, ଅଧ୍ୟାପକ ନିକୁଞ୍ଜ କିଶୋର ଜେନା, ସମିତି ସଭ୍ୟା ପବିତ୍ରା ଖଟୁଆ ସମ୍ମାନିତ ଅତିଥି ଭାବେ ଯୋଗ ଦେଇଥିଲେ । କେବଳ ପାଠପଢା ନୁହେଁ ଛାତ୍ରର ଯୋଗ,ଧ୍ୟାନ, ଆଧ୍ୟାତ୍ମିକତା, ନୃତ୍ୟ, ସଙ୍ଗୀତ, କ୍ରୀଡା ହେଉଛି ପ୍ରକୃତ ଶିକ୍ଷା ବୋଲି ଅତିଥି ମାନେ ମତ ପୋଷଣ କରିଥିଲେ । ବିଦ୍ୟାଳୟ ବାର୍ଷିକ କ୍ରୀଡାରେ କୃତି ପ୍ରତିଯୋଗୀଙ୍କୁ ପ୍ରମାଣ ପତ୍ର ସହ ପୁରସ୍କାର ପ୍ରଦାନ କରାଯାଇଥିଲା । ଅନୁଷ୍ଠାନର ସମ୍ପାଦକ ଗତିକୃଷ୍ଣ ଦାସ ସମ୍ପାଦକୀୟ ବିବରଣୀ ପାଠ କରିଥିଲା ବେଳେ ପ୍ରଧାନ ଗୁରୁଜୀ ସ୍ବାଗତ ଭାଷଣ ଦେଇଥିଲେ । ବିଦ୍ୟାଳୟର ସମସ୍ତ ଗୁରୁଜୀ,ଗୁରୁମା’ ଛାତ୍ରୀଛାତ୍ରଙ୍କ ଅଭିଭାବକ, ଶିକ୍ଷା କମର୍ଚାରୀ କାର୍ଯ୍ୟକ୍ରମରେ ସହଯୋଗ କରିଥିଲେ ।