ସରସ୍ଵତୀ ମୋଡେଲ୍ ସ୍କୁଲ୍ ବାର୍ଷିକ ଉତ୍ସବ
ବେଲଗୁଣ୍ଠା, (ସନ୍ତୋଷ ବିଶୋଇ):ବେଲଗୁଣ୍ଠା ବ୍ଳକ୍ କ୍ଷତ୍ରୀୟବରପୁର ପଂଚାୟତ ବିଞ୍ଚଣା ସ୍ଥିତ ସରସ୍ଵତୀ ମୋଡେଲ୍ ସ୍କୁଲ୍ ରେ ଚଳିତ ବର୍ଷର ବାର୍ଷିକଉତ୍ସବ ମହାସମାରୋହରେ ପାଳିତ ହୋଇଯାଇଛି I ବିଦ୍ୟାଳୟର ପ୍ରତିଷ୍ଠାତା ଶିବରାମ ପାଢୀଙ୍କ ପ୍ରତ୍ୟେକ୍ଷ ତତ୍ତ୍ୱାବଧାନ ତଥା ଅନୁଷ୍ଠାନ ଅଧ୍ୟକ୍ଷ ସୁବାଷ ଚନ୍ଦ୍ର ଡାକୁଆଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ରୂପେ ଅବସରପ୍ରାପ୍ତ କୃଷି ବୈଜ୍ଞାନିକ ରାଜେନ୍ଦ୍ର ପ୍ରସାଦ ଦାଶ ଯୋଗ ଦେଇଥିବା ବେଳେ ସମ୍ମାନୀତ ଅତିଥି ଭାବେ ଜିଲ୍ଲାପରିଷଦ ସଭ୍ୟ ସୁଧୀର କୁମାର ଜେନା, ପ୍ରଜାପିତା ବ୍ରହ୍ମାକୁମାରୀ ଈଶ୍ୱରୀୟ ବିଶ୍ୱ ବିଦ୍ୟାଳୟ ସଦସ୍ୟ ପ୍ରମୁଖ ମଞ୍ଚାସୀନ ରହି ଉତ୍ତମ ଶିକ୍ଷା ଗ୍ରହଣ କରି ସୁନାଗରୀକ ହେବାପାଇଁ ଛାତ୍ରଛାତ୍ରୀଙ୍କୁ ପରାମର୍ଶ ଦେଇଥିଲେ I ଏହା ସହିତ ପୂର୍ବରୁ ବିଦ୍ୟାଳୟରେ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀଙ୍କୁ ଟ୍ରଫି ଏବଂ ପ୍ରଶଂସାପତ୍ର ପ୍ରଦାନ ପୂର୍ବକ ଅତିଥି ମାନଙ୍କ ଦ୍ୱାରା ପୁରସ୍କୃତ କରାଯାଇଥିଲା I ଏହି ଅବସରରେ ଛାତ୍ରଛାତ୍ରୀଙ୍କ ଦ୍ୱାରା ପରିବେଷିତ ସାଂସ୍କୃତିକ କାର୍ଯ୍ୟକ୍ରମ ଓ ସଚେତନତାମୂଳକ ନାଟକରେ ଉପସ୍ଥିତ ଅଭିଭାବକ ଏବଂ ଛାତ୍ରଛାତ୍ରୀମାନେ ଝୁମି ଯାଇଥିଲେ I ମାର୍ବଲ୍ ସାର୍ କାର୍ଯ୍ୟକ୍ରମକୁ ସଂଯୋଜନା କରିଥିବା ବେଳେ ଅନୁଷ୍ଠାନର ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀ ଓ କର୍ମଚାରୀ କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ I


