ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିର ର ୨୨ ତମ ବାର୍ଷିକୋତ୍ସବ
ନିମାପଡ଼ା, (ସନ୍ତୋଷ ଦାଶ):ପୁରୀ ଜିଲ୍ଲା ଗୋପ ବ୍ଲକ ଆମପଡ଼ା ର ବଦ୍ରିବିହାର ଠାରେ ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିର ର ୨୨ତମ ବାର୍ଷିକୋତ୍ସବ ଆଜି ଅପରାହ୍ନରେ ଅନୁଷ୍ଠିତ ହୋଇଥିଲା।ବିଦ୍ୟାଳୟ ର ସଭାପତି ମନୋରଞ୍ଜନ ସାହୁ ଙ୍କ ସଭାପତିତ୍ଵ ରେ ଅନୁଷ୍ଠିତ ଉତ୍ସବ ରେ ମୁଖ୍ୟ ଅତିଥି ଭାବେ ଗୋପ କଲେଜ ର ପୂର୍ବତନ ଅଧ୍ୟକ୍ଷ ପ୍ରକାଶ ଚନ୍ଦ୍ର ଖଟୋଇ ଯୋଗ ଦେଇଥିବାବେଳେ ସମ୍ମାନିତ ଅତିଥି ଭାବେ ଓଡ଼ିଶା ଶିକ୍ଷାବିକାଶ ସମିତି ର ପୂର୍ବ ସମ୍ଭାଗ ସମ୍ପାଦକ ପ୍ରଫୁଲ୍ଲ ଚନ୍ଦ୍ର ପଣ୍ଡା ଯୋଗଦେଇ ଛାତ୍ର ଛାତ୍ରୀ ମାନଙ୍କୁ ଜଣେ ଜଣେ ସୁ ନାଗରିକ ହୋଇ ନିଜ ପରିବାରର ଓ ବିଦ୍ୟାଳୟ ର ନାମ ଟେକ ରଖିବାକୁ ପରାମର୍ଶ ଦେଇଥିଲେ।ବିଦ୍ୟାଳୟ ର ପ୍ରଧାନ ଆଚାର୍ଯ୍ୟ ସୂର୍ଯ୍ୟକାନ୍ତ ସ୍ୱାଇଁ ବାର୍ଷିକ ବିବରଣୀ ପଠନ କରିଥିବା ବେଳେ ସମ୍ପାଦକ ଅକ୍ଷୟ କୁମାର ଦଳାଇ ଅତିଥି ପରିଚୟ ଓ ସ୍ବାଗତ ଭାଷଣ ଦେଇଥିଲେ।ବିଦ୍ୟାଳୟ ର କୃତୀ ଛାତ୍ର ଛାତ୍ରୀ ମାନଙ୍କୁ ଅତିଥି ମାନେ ପୁରସ୍କୃତ କରିଥିଲେ। ଛାତ୍ର ଛାତ୍ରୀ ମାନଙ୍କ ଦ୍ଵାରା ସାଂସ୍କୃତିକ କାର୍ଯ୍ୟକ୍ରମ ଓ ନାଟକ ପରୀ ପରିବେଷଣ କରାଯାଇଥିଲା। ଶେଷରେ ବିଦ୍ୟାଳୟ ର ଉପ ସଭାପତି ଗୁରୁ ଚରଣ ମହାନ୍ତି ଧନ୍ୟବାଦ ଅର୍ପଣ କରିଥିଲେ। ଏହି କାର୍ଯ୍ୟକ୍ରମ ରେ ବିଦ୍ୟାଳୟ ର ଛାତ୍ର ଛାତ୍ରୀ, ଶିକ୍ଷକ ଶିକ୍ଷୟତ୍ରୀ, ଅଭିଭାବକ ମାନେ ଯୋଗ ଦେଇଥିଲେ।


