ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରର ୩୧ତମ ବାର୍ଷିକତ୍ସୋବ
ହିଞ୍ଜିଳିକାଟୁ, (ଯୁଗାବ୍ଦ ନ୍ୟୁଜ/ ଶେଷଦେବ ସାହୁ): ହିଂଜିଳିକାଟୁ ପୌରାଂଚଳ ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରର ୩୧ତମ ବାର୍ଷିକତ୍ସୋବ ରବିବାର ବିଦ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଯାଇଛି । ଆୟୋଜିତ ଉତ୍ସବରେ ମୁଖ୍ୟ ଅତିଥି ଭାବେ ତହସିଲଦାର ଗୋପିନାଥ କୁଅଁର ଯୋଗଦେଇ ପ୍ରଦୀପ ପ୍ରଜ୍ଜଳନ ପୂର୍ବକ ଶୁଭ ଉଦଘାଟନ କରିଥିଲେ । ସମ୍ମାନିତ ଅତିଥି ଭାବେ ବିଡ଼ିଓ ପ୍ରସନ କୁମାର ପାତ୍ର, ଥାନା ଭାରପ୍ରାପ୍ତ ଅଧିକାରୀ ଅଭିମନ୍ୟୁ ଦାସ, ଦକ୍ଷିଣ ପୂର୍ବ ସଂଭାଗ ସମିତି ସଦସ୍ୟ ବି. ରାମମୂର୍ତି ପାତ୍ର, ଆସିକା ସଂକୁଳ ପ୍ରମୁଖ ଦିପକ କୁମାର ମହାରଣା ଯୋଗ ଦେଇଥିବା ବେଳେ ମୁଖ୍ୟ ବକ୍ତା ଭାବେ ଆରଏସଏସ ଗଂଜାମ ଜିଲ୍ଲା ସଂଘ ଚାଳକ ଡ଼ାକ୍ତର ପ୍ରଭାକର ସାହୁ ମଂଚାସିନ ଥିଲେ । ବିଦ୍ୟା ମନ୍ଦିରର ପ୍ରଶାସକ ଦ୍ୱିତୀକୃଷ୍ଣ ସାବତ ଅତିଥି ପରିଚୟ ପ୍ରଦାନ କରିଥିବା ବେଳେ ପ୍ରଧାନଚାର୍ଯ୍ୟ ରାଜେନ୍ଦ୍ର କୁମାର ପାଢି ବିଦ୍ୟାଳୟର ବାର୍ଷିକ ବିବରଣୀ ପାଠ କରିଥିଲେ । ବାର୍ଷିକ କ୍ରୀଡ଼ା ପ୍ରତିଯୋଗିତାରେ କୃତିତ୍ୱ ଅର୍ଜନ କରିଥବା କୃତୀ ପ୍ରତିଯୋଗୀଙ୍କୁ ଅତିଥି ମାନଙ୍କ ଦ୍ୱାରା ପୁରସ୍କାର ପ୍ରଦାନ କରାଯାଇଥିଲା । ପରିଶେଷରେ ବିଦ୍ୟାଳୟର ଶିକ୍ଷାର୍ଥୀ ମାନଙ୍କଦ୍ୱାରା ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯାଇଥିଲା । ଉକ୍ତ ଉତ୍ସବରେ ବହୁ ଅଭିଭାବକ, ଅଭିଭାବିକା ଓ ସ୍ଥାନୀୟ ସହରର ବହୁ ବୁଦ୍ଧିଜୀବି ଉପସ୍ଥିତ ଥିଲେ । ଆଚାର୍ଯ୍ୟ ସୁଶାନ୍ତ ବିଷୋୟୀ କାର୍ଯ୍ୟକ୍ରମ ପରିଚାଳନା କରିଥିବା ବେଳେ ବିଦ୍ୟା ମନ୍ଦିରର ସମସ୍ତ ଗୁରୁଜୀ, ଗୁରୁମା, ସେବକ, ସେବିକା ବୃନ୍ଦ କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ ।