ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ସ୍ୱାଧୀନତା ଦିବସ ଓ ରକ୍ଷା ବନ୍ଧନ କାର୍ଯ୍ୟକ୍ରମ ପାଳିତ
ଛତ୍ରପୁର,(ଯୁଗାବ୍ଦ ନ୍ୟୁଜ୍) : ସ୍ଥାନୀୟ ଶ୍ରୀରାମ ନଗରସ୍ଥିତ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପରିସରରେ ୭୩ତମ ସ୍ୱାଧୀନତା ଦିବସ ଓ ରକ୍ଷା ବନ୍ଧନ ଉତ୍ସବ ମହାସମାରୋହରେ ପାଳିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ଅବସରପ୍ରାପ୍ତ ଜିଲ୍ଲା ଶିକ୍ଷା ଅଧିକାରୀ ନୀରଞ୍ଜନ ତ୍ରିପାଠୀ ପତାକା ଉତ୍ତୋଳନ କରି ସଭା କାର୍ଯ୍ୟ ଆରମ୍ଭ କରିଥିଲେ । ପ୍ରଧାନ ଆଚାର୍ଯ୍ୟ ରବିନ୍ଦ୍ର ଦାଶ ଅତିଥୀ ମାନଙ୍କ ପରିଚୟ ପ୍ରଦାନ କରିବାସହ ସ୍ୱାଗତ ଭାଷଣ ପ୍ରଦାନ କରିଥିଲେ । ବିଦ୍ୟାଳୟ ପରିଚାଳନା କମିଟିର ସଭାପତି ରଜନୀକାନ୍ତ ପଟ୍ଟନାୟକ ଓ ସଂପାଦକ ଟି.ଭେଙ୍କଟ କ୍ରିଷ୍ଣାୟା ଶିଶୁ ମାନଙ୍କୁ ସ୍ୱାଧୀନତା ଦିବସରେ ଛାତ୍ରଛାତ୍ରୀର ଦାୟିତ୍ୱ ବିଷୟରେ ଆଲୋକପାତ କରିଥିଲେ । ଛାତ୍ରଛାତ୍ରୀଙ୍କ ପକ୍ଷରୁ ସ୍କୁଲରେ ପ୍ୟାରେଡ୍ ଅନୁଷ୍ଠିତ ହୋଇଥିଲା । ଶେଷରେ କୃତୀ ଛାତ୍ରଛାତ୍ରୀ ମାନଙ୍କୁ ପୁରସ୍କାର ପ୍ରଦାନ କାରଯାଇଥିଲା । ସେହିପରି ପବିତ୍ର ରାକ୍ଷା ବନ୍ଧନ ଅବସରରେ ଛାତ୍ରଛାତ୍ରୀ ମାନେ ଓ ଗୁରୁଜୀ ଗୁରୁମା ମାନେ ପରସ୍ପରକୁ ରାକ୍ଷୀ ବାନ୍ଧିଥିଲେ । କାର୍ଯ୍ୟକ୍ରମର ଶେଷରେ ଗୁରୁଜୀ ଟି.ସୁରେଶ କୁମାର ଆଚାରୀ ଧନ୍ୟବାଦ ଦେଇଥିଲେ ।