ସରସ୍ୱତୀ ଶିଶୁ ମନ୍ଦିରରେ ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ପାଳିତ

ଛତ୍ରପୁର, (ଦେବଦତ୍ତ ମହାରଣା): ସ୍ଥାନୀୟ ଶ୍ରୀରାମ ନଗର ସ୍ଥିତ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପରିସରରେ ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ଉତ୍ସବ ପାଳିତ ହୋଇଯାଇଛି । ମୁଖ୍ୟ ଅତିଥି ରୂପେ ପ୍ରବଚକ ତଥା ଭାଗବତ ଭାସ୍କର ଅବସରପ୍ରାପ୍ତ ପ୍ରଧାନ ଶିକ୍ଷକ ଜଗନ୍ନାଥ ପଣ୍ଡା ଯୋଗ ଦେଇ ଶ୍ରୀକୃଷ୍ଣଙ୍କ ଜନ୍ମ ବୃତ୍ତାନ୍ତ ମାର୍ଗଦର୍ଶନ କରିଥିଲା ବେଳେ ପ୍ରଧାନାଚାର୍ଯ୍ୟ ଶ୍ରୀ ରବୀନ୍ଦ୍ରନାଥ ଦାଶ ଅତିଥି ପରିଚୟ ସହ ସ୍ୱାଗତ ଭାଷଣ ପ୍ରଦାନ କରିଥିଲେ । ପରିଚାଳନା ସମିତିର ସଭାପତି ଉପେନ୍ଦ୍ର ମହାନ୍ତି ଅଧ୍ୟକ୍ଷତା କରିଥିଲେ । ସଂପାଦକ ତଥା ଓଡିଶା ହାଇକୋର୍ଟର ଆଇନଜୀବି ସମ୍ପାଦକ ପଦ୍ମ ଚରଣ ସାହୁ, କୋଷାଧ୍ୟକ୍ଷ ଏ. ରାବଣା ରାଓ, ଯୁଗ୍ମ ସମ୍ପାଦକ ଦିଲ୍ଲୀପ କୁମାର ବେହେରା, ସଦସ୍ୟ ଏସ୍‌. ଋାମ ପ୍ରସାଦ ପଟ୍ଟନାୟକ ପ୍ରମୁଖ ଉପସ୍ଥିତ ଥିଲେ । ଏହି ଉତ୍ସବ କୋଭିଡ୍ ନିୟମ ଅନୁଯାୟୀ ପାଳନ କରାଯାଇଥିଲା । ବରିଷ୍ଠ ଆଚାର୍ଯ୍ୟ କୈଳାସ ଚନ୍ଦ୍ର ଶତପଥି ଓ ମନୋରଞ୍ଜନ ଦାଶ ସମସ୍ତ ପୂଜାବିଧି ସମ୍ପୁର୍ଣ୍ଣ କରିଥିଲେ । ଶେଷରେ ଆଚାର୍ଯ୍ୟ ବିନୋଦ ମିଶ୍ର ଧନ୍ୟବାଦ ଅର୍ପଣ କରିଥିଲେ । ଏହି କାର୍ଯ୍ୟକ୍ରମରେ ବିଦ୍ୟାଳୟର ସମସ୍ତ ଆଚାର୍ଯ୍ୟ ଆଚାର୍ଯ୍ୟା, ଅଭିଭାବିକା ଓ ଶିଶୁ ମାନେ ଯୋଗ ଦେଇ କାର୍ଯ୍ୟକ୍ରମକୁ ସଫଳ କରିଥିଲେ ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ