ସରିଲା ଜାମିନି ଅବଧି, କୋର୍ଟରେ ହାଜର ହେଲେ ପୁଞ୍ଜିଲାଲ

ପାଟଣାଗଡ଼ :- ପାଟଣାଗଡ଼ ପାର୍ସଲ ବୋମା ଘଟଣାର ମୁଖ୍ୟଅଭିଯୁକ୍ତ ଅଧ୍ୟାପକ ପୁଞ୍ଜିଲାଲ ମେହେର ମଙ୍ଗଳବାର ଜିଲା ଏସଡିଜେଏମ୍ କୋର୍ଟରେ ହାଜର ହୋଇଛନ୍ତି । ମା’ଙ୍କ ଶୁଦ୍ଧିକ୍ରିୟା ପାଇଁ ହାଇକୋର୍ଟ ସର୍ତ୍ତମୂଳକ ଭାବେ ମିଳିଥିବା ମାତ୍ର ୪ ଦିନିଆ ଜାମିନ ଅବଧି ସରିଯିବାରୁ ସେ ପାଟଣାଗଡ଼ ଏଡିଜେ କୋର୍ଟରେ ହାଜର ହୋଇଥିବା ଜଣାପଡିଛି । ଏଠାରୁ ତାଙ୍କୁ ପୁଣି ବଲାଙ୍ଗୀର ଜିଲ୍ଲା କାରାଗରକୁ ନିଆଯିବ ବୋଲି ସୂଚନା ମିଳିଛି । ଶୁଦ୍ଧିକ୍ରିୟା ପାଇଁ ହାଇକୋର୍ଟରେ ଜାମିନ ଆବେଦନ କରି ପୁଞ୍ଜିଲାଲ ୪ଦିନିଆ ସର୍ତ୍ତମୂଳକ ଜାମିନରେ ଆସିଥିଲେ। ଏହି ଅବସରରେ ଶୁଦ୍ଧିକ୍ରିୟା ସହ ମା ଇନ୍ଦୁମତୀଙ୍କ ଆତ୍ମାର ସଦ୍ଗତି ନିମନ୍ତେ ଗାୟତ୍ରୀ ଯଜ୍ଞ କରିଥିଲେ। ପାଟଣାଗଡ଼ ରାମପୁରସ୍ଥିତ ତାଙ୍କ ବାସଭବନରେ ସେ ଏହି ଯଜ୍ଞ ଆୟୋଜନ କରିଥିଲେ। ତେଣୁ ଏହା ପୂର୍ବରୁ ସେ ସମସ୍ତ ରୀତିନୀତି ସଂପନ୍ନ କରିଥିବା ସୂଚନା ମିଳିଛି । ସୂଚନାଥାଉକି ୨୦୧୮ ଫେବୃୟାରୀ ୨୩ ତାରିଖରେ ଘଟିଥିବା ପାଟଣାଗଡ଼ ପାର୍ସଲ ବୋମା ଘଟଣାରେ ଗିରଫ ହୋଇ ସେ ବଲାଙ୍ଗୀର ଜେଲରେ ଅଛନ୍ତି ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ