ସର୍ଦ୍ଦାର ଅନ୍ତର୍ଯ୍ୟ।ମୀ ବିଦ୍ୟାପୀଠର ସୁବର୍ଣ୍ଣ ଜୟନ୍ତୀ ସମାରୋହ ଉଦ୍ଘାଟିତ
ବୁଗୁଡା – ବୁଗୁଡା ବ୍ଲକ, ବି କରଡ଼ାବାଡ଼ି ସର୍ଦ୍ଦାର ଅନ୍ତର୍ଯ୍ୟ।ମୀ ବିଦ୍ୟାପୀଠର ସୁବର୍ଣ୍ଣ ଜୟନ୍ତୀ ସମାରୋହ ଶନିବାର ଦିନ ଜଙ୍ଗଲ ଓ ପରିବେଶ ଏବଂ ସଂସଦୀୟ ବ୍ୟାପାର ମନ୍ତ୍ରୀ ବିକ୍ରମ କେଶରୀ ଆରୁଖଙ୍କ ଦ୍ଵାରା ଉଦ୍ଘାଟିତ ହୋଇଯାଇଛି। ତିନି ଦିନ ଧରି ଅନୁଷ୍ଠିତ ହେବାକୁ ଥିବା ଏହି କ।ର୍ଯ୍ୟକ୍ରମର ପ୍ରଥମ ଦିନରେ ମନ୍ତ୍ରୀ ଶ୍ରୀ ଆରୁଖ ମୁଖ୍ୟ ଅତିଥି, ଭଞ୍ଜନଗର କଲେଜର ପୁର୍ବତନ ଅଧ୍ୟକ୍ଷ ଡ଼ଃ କୃତ୍ତିବାସ ବିଶ୍ୱାଳ ମୁଖ୍ୟ ବକ୍ତା ଏବଂ ପୋଲସରା ବିଧାୟକ ତଥା ଜିଲ୍ଲା ଯୋଜନା ବୋର୍ଡ ଅଧ୍ୟକ୍ଷ ଶ୍ରୀକାନ୍ତ ସାହୁ, ବୁଗୁଡା ବ୍ଲକ ଅଧ୍ୟକ୍ଷା ମାମି ସେନାପତି, ବୁଗୁଡା ତହସିଲଦାର ସଂଗ୍ରାମ କେଶରୀ ଜେନା,ଜିଲ୍ଲା ପରିଷଦ ସଭ୍ୟ ରେବତୀ ମୋହନ ନାୟକ,ସମିତି ସଭ୍ୟା ସୁପ୍ରଭା ନାୟକ,ଭାରପ୍ରାପ୍ତ ସରପଞ୍ଚ ସୁବାସିନୀ ନାୟକ ଓ ପ୍ରଧାନ ଶିକ୍ଷକ ପ୍ରକାଶ ଚନ୍ଦ୍ର ନାୟକ ପ୍ରମୁଖ ସମ୍ମାନୀତ ଅତିଥି ଭାବେ ଯୋଗ ଦେଇଥିଲେ। ସୁବର୍ଣ୍ଣ ଜୟନ୍ତୀ କମିଟି ସଭାପତି ତଥା ପିପୁଲସ କଲେଜର ପ୍ରାକ୍ତନ ଅଧ୍ୟକ୍ଷ ଡ଼ଃ ବୃନ୍ଦାବନ ନାୟକ ଅଧ୍ୟକ୍ଷତା କରିଥିବା ବେଳେ ଆବାହକ ତଥା ପ୍ରାକ୍ତନ ପ୍ରଧାନ ଶିକ୍ଷକ ଗୋପାଳ ଚନ୍ଦ୍ର ନାୟକ ସଂଯୋଜନା କରିଥିଲେ। ପୂର୍ବାହ୍ନନରେ ପୂରାତନ ଛାତ୍ରଛାତ୍ରୀମାନଙ୍କ ବନ୍ଧୁ ମିଳନ,ସନ୍ଧ୍ୟାରେ ସ୍କୁଲ ଛାତ୍ରଛାତ୍ରୀମାନଙ୍କ ସଙ୍ଗୀତ କ।ର୍ଯ୍ୟକ୍ରମ ଓ ଅନୁଷ୍ଠିତ ହୋଇଥିଲା।


