ସାମାଜିକ କର୍ମୀଙ୍କ ମାତୃ ବିୟୋଗରେ ଶୋକର ଛାୟା
ଭୁବନେଶ୍ୱର, (ଯୁଗାବ୍ଦ ନ୍ୟୁଜ) :-ରାଜଧାନୀ ଭୁବନେଶ୍ୱର ପୋଖରୀପୁଟସ୍ଥିତ ଇନ୍ଦ୍ରପ୍ରସ୍ଥ କଲୋନୀଠାରେ ରହୁଥିବା ସାମାଜିକ କର୍ମୀ ତଥା ପରିବେଶବିତ୍ ସୁଶାନ୍ତ କୁମାର ସାହୁଙ୍କ ମାତା ମନୋରମା ସାହୁଙ୍କ (୬୪) ବର୍ଷ ବୟସରେ ପରଲୋକ ହୋଇଯାଇଛି । ସେ ଜଣେ ପରୋପକାରୀ, ଧର୍ମପରାୟଣ, ମିଷ୍ଟଭାଷୀ ମହିଳା ଥିଲେ । ସେ ଦୁଇବର୍ଷ ଧରି ମଧୁମେହ ଓ ଉଚ୍ଚ ରକ୍ତଚାପରେ ପୀଡ଼ିତ ଥିଲେ । ମନୋରମାଙ୍କ ମୂଳଘର ନୟାଗଡ଼ ଜିଲ୍ଲା ଖଣ୍ଡପଡ଼ାଗଡ଼ ଦୋସନ୍ଧି ସାହିରେ । ତାଙ୍କ ବିୟୋଗରେ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଶୋକବ୍ୟକ୍ତ କରିବା ସହ ଶୋକସନ୍ତପ୍ତ ପରିବାରକୁ ସମବେଦନା ଜଣାଇଛନ୍ତି । ସ୍ଥାନୀୟ ସତ୍ୟନଗର ଶ୍ମଶାନଠାରେ ତାଙ୍କର ଶେଷକୃତ୍ୟ ସମ୍ପନ୍ନ ହୋଇଯାଇଛି । ଏକମାତ୍ର ପୁତ୍ର ସୁଶାନ୍ତ ମୁଖାଗ୍ନି ଦେଇଥିଲେ । ସାମାଜିକ କର୍ମୀ ରଞ୍ଜନ ଦାସ, ଲକ୍ଷ୍ମଣ ରାଓ, ପ୍ରିୟବ୍ରତ ପଣ୍ଡା, ତ୍ରିଲୋଚନ ବେଉରା, ସେଞ୍ଚୁରିୟାନ ବ୍ଲଡ଼ ଡ଼ୋନର ଗୋପୀମୋହନ ପଟ୍ଟନାୟକ, ଧଉଲି ଚାରୁକଳା ମହାବିଦ୍ୟାଳୟର ଅଧ୍ୟକ୍ଷ ଚନ୍ଦନ ସାମଲ, ମାଇଣ୍ଡ୍ ଏମ୍ପାୱାରମେଣ୍ଟ୍ ଫାଉଣ୍ଡେସନ୍ର ପ୍ରତିଷ୍ଠାତା ମନୋଜ ପ୍ରଧାନ ପ୍ରମୁଖ ସ୍ଥାନୀୟ ବାସଭବନରେ ପହଞ୍ôଚ ଶୋକବ୍ୟକ୍ତ କରିବା ସହ ଅମର ଆତ୍ମାର ସଦ୍ଗତି ପାଇଁ ଈଶ୍ୱରଙ୍କ ନିକଟରେ ପ୍ରାର୍ଥନା କରିଥିଲେ । ଏ ନେଇ ସ୍ଥାନୀୟ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି ।


