ସାମାଜିକ ଦୂରତା ମଧ୍ୟରେ ବିଜୁବାବୁଙ୍କୁ ଶ୍ରଦ୍ଧାଞ୍ଜଳି ପ୍ରଦାନ
ବନ୍ତ (ଚାନ୍ଦିନୀ ମହାନ୍ତି) : କରୋନା ଲକ୍ ଡାଉନ୍ ପାଇଁ ବନ୍ତ ବ୍ଲକ ବିଜୁ ଜନତା ଦଳ ପକ୍ଷରୁ ସାମାଜିକ ଦୂରତା ମଧ୍ୟରେ ପ୍ରବାଦ ପୁରୁଷ ବିଜୁବାବୁଙ୍କୁ ଶ୍ରଦ୍ଧାଞ୍ଜଳୀ ପ୍ରଦାନ କରାଯାଇଛି । ବ୍ଲକ ବିଜେଡି ସଭାପତି କମଳାକାନ୍ତ ସାହୁ, ଜିଲା ପରିଷଦ ସଭ୍ୟା ରେବତୀ ନାୟକ, ସଭ୍ୟ ପ୍ରଶାନ୍ତ ଦାଶ, ରବିନ୍ଦ୍ର ଦାସ, ବ୍ଳକ ବିଜେଡି ସମ୍ପାଦକ ସୁବାଷ ଦାସ, ବ୍ଲକ ଛାତ୍ର ବିଜେଡି ସଭାପତି ପ୍ରଣବ କିଶୋର ଲେଙ୍କା ପ୍ରମୁଖ ବନ୍ତ ହାଟସ୍ଥିତ ବିଜୁବାବୁଙ୍କ ପ୍ରତିମୂର୍ତ୍ତିରେ ସାମାଜିକ ଦୂରତା ରକ୍ଷା କରି ପୁଷ୍ପମାଲ୍ୟ ଅର୍ପଣ କରିଥିଲେ ।


