ସାମାଜିକ ଦ୍ୱରତ୍ୱ ବଜାୟ ରଖି ମାସ୍କ ବ୍ୟବହାର କରିବାକୁ ନିବେଦନ

କେନ୍ଦ୍ରାପଡା (ଚିତ୍ତରଞ୍ଜନ ଦାସ) : ମହାମାରୀ କରୋନାର ପ୍ରତିରୋଧ ତଥା ଜାତୀୟ ବିପତିକୁ ମୁକାବିଲା କରିବା ପାଇଁ ଜିଲ୍ଲା ପ୍ରଶାସନ ପକ୍ଷରୁ ତ୍ୱରିତ ପଦକ୍ଷେପ ଜାରି ରହିଛି । ବାହାର ରାଜ୍ୟମାନଙ୍କରୁ ଆସୁଥିବା ପ୍ରବାସୀମାନଙ୍କୁ କରୋନା ପ୍ରତିରୋଧ ପାଇଁ ପ୍ରଶାସନିକ ତତ୍ୱାବଧାନରେ ବିଭିନ୍ନ ଅସ୍ଥାୟୀ ସ୍ୱାସ୍ଥ୍ୟକେନ୍ଦ୍ରକୁ ପ୍ରେରଣ କରାଯାଉଛି । ଆଜି ସୁଦ୍ଧା ରାଜ୍ୟ ବାହାରୁ ଆସିଥିବା ୩୪ହଜାର ୪୩୩ ଜଣ ପ୍ରବାସୀ ଆସିଛନ୍ତି । ଆଜି ଆସିଥିବା ୪୩୫ଜଣଙ୍କୁ ବିଭିନ୍ନ ସଙ୍ଗରୋଧ କେନ୍ଦ୍ରକୁ ପଠାଯାଇଛି । ସେମାନଙ୍କ ମଧ୍ୟରୁ କେନ୍ଦ୍ରାପଡା ବ୍ଲକର ୬୩ଜଣ, ପଟ୍ଟାମୁଣ୍ଡାଇ ବ୍ଲକର ୧୧୦, ମହାକାଳପଡା ବ୍ଲକର ୪୧, ମାର୍ଶାଘାଇ ବ୍ଲକର ୩୬, ରାଜନଗର ବ୍ଲକର ୮୪, ରାଜକନିକା ବ୍ଲକର ୩୩, ଆଳି ବ୍ଲକର ୧୦ ଓ ଡେରାବିଶି ବ୍ଲକର ୫୮ ଜଣ ଅଛନ୍ତି । ରାଜ୍ୟ ସରକାର ଚଳିତ ଜୁନମାସର ସମସ୍ତ ଶନିବାର ଓ ରବିବାରକୁ ସଟଡାଉନ ଘୋଷଣା କରିଥିବାରୁ ଅନ୍ୟାଦେଶ ପର୍ଯ୍ୟନ୍ତ ପ୍ରତ୍ୟେକ ଶନିବାର ଓ ରବିବାର ବ୍ୟତିତ ସମସ୍ତ ଦୋକାନ ଓ ବ୍ୟବସାୟ ପ୍ରତିଷ୍ଠାନ ଗୁଡିକ ସକାଳ ୭ଟା ଠାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ଖୋଲା ରହିବା ଏବଂ ଔଷଧ ଦୋକାନ ଓ ପେଟ୍ରୋଲ ପମ୍ପ ଗୁଡିକ ଦିନରାତି ଖୋଲାରହିବ । ମାର୍କେଟ କମ୍ପେ୍ଲକ୍ସ ଓ ସପିଂ ମଲ ବାହାରେ ଥିବା ସେଲୁନ ଓ ପାର୍ଲର ଗୁଡିକ ସକାଳ ୭ଟାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ଖୋଲା ରହିବ । ରାଜ୍ୟ ସରକାର ପ୍ରତ୍ୟେକ ଶନିବାର ଓ ରବିବାରକୁ ସଟଡାଉନ ଘୋଷଣା କରିଥିବାରୁ ସେହିଦିନମାନଙ୍କରେ ସମସ୍ତ ଦୋକାନ ବଜାର ବନ୍ଦ ରହିବ । ସମସ୍ତ ବ୍ୟବସାୟ ପ୍ରତିଷ୍ଠାନର କର୍ମକର୍ତ୍ତାମାନେ ସାମାଜିକ ଦ୍ୱରତା ରକ୍ଷା କରି ବ୍ୟବସାୟ କରିବାକୁ ନିର୍ଦେଶ ଦିଆଯାଇଛି । ଜିଲ୍ଲାପାଳ ଶ୍ରୀ ବର୍ମା କରୋନା ମୁକାବିଲାରେ ଜିଲ୍ଲାବାସୀଙ୍କ ସହଯୋଗ କାମନା କରି ଜନସାଧାରଣ ସର୍ବଦା ସଜାଗ ଓ ସଚେତନ ସହ ସାମାଜିକ ଦ୍ୱରତ୍ୱ ବଜାୟ ରଖି ମାସ୍କ ବ୍ୟବହାର କରିବାକୁ ନିବେଦନ କରିଛନ୍ତି । ଜନସାଧାରଣଙ୍କ ସୁବିଧା ନିମନ୍ତେ ଜିଲ୍ଲା ପ୍ରଶାସନ ପକ୍ଷରୁ ମାଇଗ୍ରେସନ ସହାୟତା କେନ୍ଦ୍ର ଯୋଗାଯୋଗ ଫୋନ ନମ୍ବର – ୮୭୬୩୩୪୯୪୩୮ ଉପଲବ୍ଧ କରାଯାଇଛି ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ