ସାମ୍ବାଦିକଙ୍କୁ ମରଣାତ୍ମକ ଆକ୍ରମଣ

ମୋହନା , (ଯୁଗାବ୍ଦ ନ୍ୟୁଜ ) : ଗଜପତି ଜିଲ୍ଲା ମୋହନା ବ୍ଲକ ଅନ୍ତର୍ଗତ ଚନ୍ଦ୍ରଗିରି ରାଜସ୍ୱ ନିରିକ୍ଷକଙ୍କ କାର୍ଯ୍ୟାଳୟ ନିକଟରେ ମଦଦୋକାନ ଚାଲିଥିବାରୁ ସ୍ଥାନୀୟ ଜନସାଧାରଣଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେଇଥିଲା । ମଦମାଫିଆଙ୍କୁ ବିରୋଧ କରିବାରୁ ସେମାନେ ଜଣେ ସ୍ଥାନୀୟ ସାମ୍ବାଦିକଙ୍କୁ ମରଣାତ୍ମକ ଆକ୍ରମଣ କରିଛନ୍ତି । ସାମ୍ବାଦିକଙ୍କ ନାମ ହରି ପ୍ରଧାନ ବୋଲି ଜଣାପଡିଛି । ସାମ୍ବାଦିକଙ୍କ ଦୁଇ ଗୋଡ ସମେତ ଛାତିରେ ଆଘାତ ଲାଗିଥିବାବେଳେ ତାଙ୍କୁ ବ୍ରହ୍ମପୁର ଏମକେସିଜି ମେଡିକାଲରେ ଭର୍ତ୍ତି କରାଯାଇଛି । ବିଭିନ୍ନ ସାମ୍ବାଦିକ ସଂଘ ପକ୍ଷରୁ ଘଟଣାକୁ ନିନ୍ଦା କରିବା ସହ ଅଭିଯୁକ୍ତଙ୍କୁ ତୁରନ୍ତ ଗିରଫ ଦାବି କରିଯାଇଛି ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ