ସାରା ଦେଶରେ ମୋ’ ମାଟି ମୋ’ ଦେଶ’ କାର୍ଯ୍ୟକ୍ରମ

ବ୍ରହ୍ମପୁର, (ଯୁଗାବ୍ଦ ନ୍ୟୁଜ):ଯଶସ୍ୱୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଆହ୍ୱାନ କ୍ରମେ ନୂଆଦିଲ୍ଲୀ ଠାରେ ସହିଦଙ୍କ ସ୍ମୃତିରେ ହେବାକୁ ଥିବା ଅମୃତ ବାଟିକା ନିମନ୍ତେ ସାରା ଦେଶରେ ମୋ’ ମାଟି ମୋ’ ଦେଶ’ ନାମରେ ପବିତ୍ର ମାଟି ସଂଗ୍ରହ କାର୍ଯ୍ୟକ୍ରମ ଭାରତୀୟ ଜନତା ପାର୍ଟି ହାତକୁ ନେଇଛି । ଏହି ପରିପ୍ରେକ୍ଷୀରେ ଭାରତୀୟ ଜନତା ପାର୍ଟି ପକ୍ଷରୁ ବ୍ରହ୍ମପୁର ବିଧାନସଭାରେ ବିଧାୟକ ପ୍ରାର୍ଥୀ ତଥା ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ କାହ୍ନୁ ଚରଣ ପତିଙ୍କ ନେତୃତ୍ବରେ ମୋ’ ଦେଶ ମୋ’ ମାଟି କାର୍ଯ୍ୟକ୍ରମ ସ୍ଥାନୀୟ ଗାନ୍ଧୀନଗର ଛକ ସ୍ଥିତ ମଧୁସୂଦନଙ୍କ ପ୍ରତିମୂର୍ତ୍ତି ଠାରୁ ଆରମ୍ଭ ହୋଇ ନଗର ପରିକ୍ରମା କରାଯାଇଥିଲା । ଆଜିର ଏହି କାର୍ଯ୍ୟକ୍ରମରେ ମୋ’ ମାଟି ମୋ’ ଦେଶ କାର୍ଯ୍ୟକ୍ରମର ଜିଲ୍ଲା ସଂଯୋଜକ ଡ଼ା.ସୁବାଷ ସାହୁ,ବିଜେପି ଜିଲ୍ଲା ଉପସଭାପତି ସୁନିଲ କୁମାର ସାହୁ,ରାମ କୁମାର ପାତ୍ର,ଜିଲ୍ଲା ସାଧାରଣ ସମ୍ପାଦକ ପ୍ରଭାତ କିରଣ ଷଡ଼ଙ୍ଗୀ,ଜିଲ୍ଲା ସମ୍ପାଦକ ତଥା କର୍ପୋରେଟର ପ୍ରଦୀପ ଶତପଥି,ଜିଲ୍ଲା ସମ୍ପାଦିକା ସୁଶିଳା ମଲ୍ଲିକ, କର୍ପୋରେଟର ଡ଼ି.କରୁଣାକର,ସବିତା ସାହୁ,ରଞ୍ଜିତା ବେହେରା, ରାଜ୍ୟ ଯୁବମୋର୍ଚ୍ଚା ସମ୍ପାଦକ ତୁତୁନ୍ ପାତ୍ର,ଆସ୍କା ରୋଡ଼ ମଣ୍ଡଳ ସଭାପତି ଭାବଗ୍ରାହୀ ପାଳ,କମାପଲ୍ଲୀ ମଣ୍ଡଳ ସଭାପତି ଗୋପିନାଥ ପଣ୍ଡା,ପୁରୁଣା ବ୍ରହ୍ମପୁର ମଣ୍ଡଳ ସଭାପତି କେ.ଟୁଙ୍ଗୁରୁ ପାତ୍ର,ଗାନ୍ଧୀନଗର ମଣ୍ଡଳ ସଭାପତି ପ୍ରଫୁଲ୍ଲ ପାଣିଗ୍ରାହୀ, ଗୋସାଇଁନୂଆଗାଁ ମଣ୍ଡଳ ସଭାପତି କୃଷ୍ଣ ଚନ୍ଦ୍ର ଚୌଧୁରୀ,ସାନ ବଜାର ମଣ୍ଡଳ ସଭାପତି ସରୋଜ ପାତ୍ର,ଗେଟ୍ ବଜାର ମଣ୍ଡଳ ସଭାପତି ଧର୍ମରାଜ ପାଣିଗ୍ରାହୀ,ଜିଲ୍ଲା ମହିଳା ମୋର୍ଚ୍ଚା ସଭାନେତ୍ରୀ ରତ୍ନଗର୍ଭା ସରସ୍ଵତୀ ଦେବୀ, ଜିଲ୍ଲାର ବରିଷ୍ଠ ମହିଳା ମୋର୍ଚ୍ଚା ନେତ୍ରୀ ଏସ୍.ରାଣୀ,ପ୍ରେମଶିଳା ନନ୍ଦ,ରବି ନାରାୟଣ ସାବତ,ମନୋଜ ପାଢ଼ୀ,ରବି ରାଓ,ମନୋଜ ମହାରଣା,ମାଲି ସାହୁ,ଏସ୍.ଶ୍ରୀନିବାସ ପ୍ରମୁଖ ଯୋଗ ଦେଇଥିଲେ ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ