ସିଏଚ୍ଏସ୍ଇ ଅବସରପ୍ରାପ୍ତ କର୍ମଚାରୀ ସଂଘର ସାଧାରଣ ସଭା
ଭୁବନେଶ୍ୱର, (ଯୁଗାବ୍ଦ ନ୍ୟୁଜ):ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ(ସିଏଚ୍ଏସ୍ଇ) ଅବସରପ୍ରାପ୍ତ କର୍ମଚାରୀ ସଂଘ ପକ୍ଷରୁ ଡଷ୍ଟ୍ରିକ୍ଟ ସେଣ୍ଟର ସ୍ଥିତ ସଂଘ କାର୍ଯ୍ୟାଳୟ ଠାରେ ବାର୍ଷିକ ସାଧାରଣ ସଭା ଅନୁଷ୍ଠିତ ହୋଇଯାଇଛି । ସଂଘର ସଭାପତି ସମାଜସେବୀ ବିଶ୍ୱନାଥ ମହାନ୍ତିଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି ସଭାରେ ସଂଘର ସମସ୍ତ ସଦସ୍ୟ ଉପସ୍ଥିତ ଥିଲେ । ଏଥିରେ ସଂଘର ବିଭିନ୍ନ ଉନ୍ନତି ମୂଳକ ଓ ସାମାଜିଜ କାର୍ଯ୍ୟ ଉପରେ ବିସ୍ତୃତ ଭାବେ ଆଲୋଚନା କରାଯାଇଥିଲା । ଆଗାମୀ ଦିନର ବିଭିନ୍ନ କାର୍ଯ୍ୟପନ୍ଥା ଉପରେ ଆଲୋଚନା ହୋଇ ଡିସେମ୍ବର ୨୩ ତାରିଖରେ ଜୟଦେବ ଭବନ ଠାରେ ବାର୍ଷିକ ଉତ୍ସବ ଅନୁଷ୍ଠିତ ହେବ । ଏହି କାର୍ଯ୍ୟକ୍ରମରେ ସମସ୍ତ ସଦସ୍ୟ ଉପସ୍ଥିତ ରହି ଉତ୍ସବକୁ ସଫଳ କରିବା ପାଇଁ ନିଷ୍ପତ୍ତି ନେଇଥିଲେ । ସଂଘର ସମ୍ପାଦକ ଦୀଲ୍ଲିପ କୁମାର ମିଶ୍ର ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ ।


