ସିଙ୍ଗିପୁର ବିଦ୍ୟାଳୟର ପୋଷାକ ବିତରଣ ଉତ୍ସବ

ଗାଙ୍ଗପୁର,(ଯୁଗାବ୍ଦ ନ୍ୟୁଜ୍‌): ଗାଙ୍ଗପୁର ଥାନା ଅନ୍ତର୍ଗତ ମୁନିଗାଡ଼ି ଗ୍ରାମ ପଞ୍ଚାୟତ ଅଧୀନସ୍ଥ ସିଙ୍ଗୀପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଚଳିତ ବର୍ଷର ପୋଷାକ ବିତରଣ ଉତ୍ସବ ଅନୁଷ୍ଠିତ ହୋଇଯାଇଛି l ଆଞ୍ଚଳିକ ସାଧନ କେନ୍ଦ୍ର ସଂଯୋଜକ ନିରଞ୍ଜନ ପରିଡ଼ାଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଉକ୍ତ କାର୍ଯ୍ୟକ୍ରମରେ ବିଦ୍ୟାଳୟ ପରିଚାଳନା କମିଟି ଅଧ୍ୟକ୍ଷା ଶ୍ରୀମତି ମମତା କୁମାରୀ ସ୍ଵାଇଁ ତଥା ଅନ୍ୟାନ୍ୟ ସଭ୍ୟ ସଭ୍ୟା ଏବଂ ବିଦ୍ୟାଳୟର ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀ ମଞ୍ଚାସୀନ ଥିଲେ l କାର୍ଯ୍ୟକ୍ରମରେ ଅତିଥିମାନଙ୍କ ଦ୍ଵାରା ବିଦ୍ୟାଳୟର ୫୫ ଜଣ ଛାତ୍ର ଏବଂ ୬୦ ଜଣ ଛାତ୍ରୀଙ୍କୁ ଦୁଇ ହଳ ଲେଖାଏଁ ପୋଷାକ ଏବଂ ଏକ ହଳ ଜୋତା ବଣ୍ଟନ କରାଯାଇଥିଲା କ୍ଷ କାର୍ଯ୍ୟକ୍ରମ ପରିଚାଳନାରେ ବିଦ୍ୟାଳୟ ପରିଚାଳନା କମିଟିର ସମସ୍ତ ସଦସ୍ୟ ସଦସ୍ୟା ତଥା ଅଭିଭାବକମାନେ ସହଯୋଗ କରିଥିଲେ l କାର୍ଯ୍ୟକ୍ରମ ଶେଷରେ ପ୍ରଧାନ ଶିକ୍ଷକ ଶ୍ରୀଯୁକ୍ତ ଗୌରହରି ବେହେରା ଧନ୍ୟବାଦ ଜ୍ଞାପନ କରିଥିଲେ l

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ