ସିଭିୟର ସାଇକ୍ଲୋନିକ ଷ୍ଟର୍ମ ରୂପ ନେଉଛି ଆମ୍ଫାନ

ଭୁବନେଶ୍ବର : ସିଭିୟର ସାଇକ୍ଲୋନିକ ଷ୍ଟର୍ମର ରୂପ ନେଇଥିବା ବାତ୍ୟା ଆମ୍ଫାନ ଆଜି ସନ୍ଧ୍ୟାରେ ଭେରି ସିଭିୟର ସାଇକ୍ଲୋନିକ୍ ଷ୍ଟର୍ମରେ ପରିଣତ ହେବ । ଏକ ପ୍ରେସ୍‌ ମିଟ୍‌ରେ ସ୍ବତନ୍ତ୍ର ରିଲିଫ୍‌ କମିଶନର ପ୍ରଦୀପ୍ତ ଜେନା ଏହି ସୂଚନା ଦଇଛନ୍ତି । ଏବେ ପାରାଦୀପ ଠାରୁ ଦକ୍ଷିଣ ଦିଗରେ ପ୍ରାୟ ୯୮୦ କିଲୋମିଟର ଦୂରରେ ରହିଛି ଆମ୍ଫାନ । ଏହା ଘଣ୍ଟା ପ୍ରତି ୬ କିଲୋମିଟର ବେଗରେ ଉତର-ପଶ୍ଚିମ ଦିଗରେ ଗତି କରୁଛି । ଆସନ୍ତା ୨୦ ତାରିଖ ଅପରାହ୍ନରୁ ସଂଧ୍ୟା ମଧ୍ୟରେ ଏହା ପଶ୍ଚିମବଙ୍ଗ ସାଗର ଦ୍ୱୀପ ଓ ବାଂଲାଦେଶର ହାତିଆ ଦ୍ୱୀପ ମଧ୍ୟରେ ଏହା ଲ୍ୟାଣ୍ଡଫଲ୍‌ କରିବ । ବଙ୍ଗୋପସାଗରରେ ବାତ୍ୟାର ରୂପ ନେଇଥିବା ଅମ୍ପାନ ଧୀରେ ଧୀରେ ଘନୀଭୂତ ହୋଇ ଧୀର ବେଗରେ ଗତି କରୁଛି । ତେବେ ଓଡ଼ିଶାରେ ଏହାର ପ୍ରଭାବ ପଡିବା ସମ୍ଭାବନା ରହିଛି । ବାତ୍ୟା ନେଇ ରାଜ୍ୟ ସରକାର ପ୍ରସ୍ତୁତ ଥିବା ସ୍ବତନ୍ତ୍ର ରିଲିଫ୍‌ କମିଶନର କହିଛନ୍ତି । ଉପକୂଳ ଓ ଉତ୍ତର ଓଡ଼ିଶାରେ ମଧ୍ୟମ ଧରଣରୁ ପ୍ରବଳ ବର୍ଷା ହେବ ବୋଲି ଆକଳନ କରାଯାଉଛି । ୪ଟି ଜିଲ୍ଲା ଜଗତସିଂହପୁର, ବାଲେଶ୍ୱର, କେନ୍ଦ୍ରାପଡା ଏବଂ ଭଦ୍ରକ ଅଧିକ ପ୍ରଭାବିତ ହେବାର ଆଶଙ୍କା ରହିଥିବାରୁ ଜିଲ୍ଲାପାଳ ମାନଙ୍କୁ ସତର୍କ ସୂଚନା ଜାରି କରାଯାଇଥିବା ନେଇ ସ୍ବତନ୍ତ୍ର ରିଲିଫ୍‌ କମିଶନର ସୂଚନା ଦେଇଛନ୍ତି ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ