ସୁଦୁର କେରଳର ଦମ୍ପତ୍ତି ଗଜପତି ପୋଷ୍ୟ କେନ୍ଦ୍ରରୁ ୨୫ତମ ଶିଶୁକୁ ପୋଷ୍ୟପୁତ୍ର ଭାବେ ଆପଣାଇଲେ

ପାରଳାଖେମୁଣ୍ଡି, (ତାରିଣୀ ପ୍ରସାଦ ପଣ୍ଡା) – ଗଜପତି ଜିଲ୍ଲାର ପୋଷ୍ୟ ସନ୍ତାନ ଗ୍ରହଣ କେନ୍ଦ୍ରର ୨୫ତମ ଶିଶୁକୁ ଜିଲ୍ଲାପାଳ ଲିଙ୍ଗରାଜ ପଣ୍ଡା ପୋଷ୍ୟ ସନ୍ତାନ ଭାବେ କେରଳର ଗୋଟିଏ ଦମ୍ପତ୍ତିଙ୍କୁ ହସ୍ତାନ୍ତର କରିଛନ୍ତି । ଗତ ଲକ୍‌ଡାଉନ୍ ଏବଂ ସଟ୍‌ଡାଉନ୍ ସମୟରେ ଜିଲ୍ଲାର ବିଭିନ୍ନ ଜାଗାରୁ ପରିତ୍ୟକ୍ତ ଏବଂ ସମର୍ପିତ ଶିଶୁଙ୍କୁ ଉଦ୍ଧାର କରି ସେମାନଙ୍କର ଯତ୍ନ ଓ ସୁରକ୍ଷା ପାଇଁ ଜିଲ୍ଲାରେ ଥିବା ଏକମାତ୍ର ପୋଷ୍ୟ ସନ୍ତାନ ଗ୍ରହଣ କେନ୍ଦ୍ର ନିସାନ ସାଲୋମ, ପାରଳାଖେମୁଣ୍ଡିରେ ରଖାଯିବା ସହ ସେମାନଙ୍କର ପୌଷ୍ୟ ପାଇଁ କେନ୍ଦ୍ରୀୟ ପୋଷ୍ୟ ସମ୍ବଳ କେନ୍ଦ୍ରର ପୋର୍ଟାଲରେ ଅପଲୋଡ କରାଯାଇଥିଲା । ପରବର୍ତ୍ତି ମୁହୁତ୍ତ ର୍ରେ ଶିଶୁଟିକୁ ଶିଶୁ ମଙ୍ଗଳ ସମିତି, ଗଜପତି ଆଇନତଃ ମୁକ୍ତ ଭାବେ ଘୋଷଣା କରିଥିଲେ । ଯାହା ଦ୍ୱାରା ଶିଶୁଟି ପୋଷ୍ୟ ଭାବେ ଯେକୌଣସି ଦମ୍ପତ୍ତିଙ୍କ ପାଖକୁ ଯାଇପାରିବ, ତାହା ସମସ୍ତଙ୍କୁ ପୋର୍ଟାଲ୍ ମାଧ୍ୟମରେ ଜଣାି ଦିଆଯାଇଥିଲା । ପରବର୍ତ୍ତି ମୁହୁର୍ତ୍ତରେ ଦୁଇ ବର୍ଷ ଧରି ସନ୍ତାନ ପାଇଁ ଅନଲାଇନ୍ ମାଧ୍ମରେ ଦରଖାସ୍ତ ଦେଇ ଅପେକ୍ଷା କରି ରହିଥିବା ଦମ୍ପତ୍ତିଙ୍କୁ କେନ୍ଦ୍ରୀୟ ପୋଷ୍ୟ ସମ୍ବଳ କେନ୍ଦ୍ର ଅନୁମୋଦନ କରିଥିଲେ । ଉପରୋକ୍ତ ଦମ୍ପତ୍ତି ଶାରୀରିକ ଭାବେ ଶିଶୁକୁ ପସନ୍ଦ କରି ନେବାପାଇଁ ସ୍ଥିର କରିଥିଲେ । ତାପରେ ଆବଶ୍ୟକ ହେଉଥିବା ଦସ୍ତାବିଜ ସ୍ୱତନ୍ତ୍ର ପୋଷ୍ୟ ସନ୍ତାନ ଗ୍ରହଣ କେନ୍ଦ୍ର ଏବଂ ଜିଲ୍ଲା ଶିଶୁ ସୁରକ୍ଷା କାର୍ଯ୍ୟାଳୟ ଗଜପତି ତରଫରୁ ପ୍ରସ୍ତୁ କରିଥିଲେ । ପରବର୍ତ୍ତି ମୂହୁର୍ତ୍ତରେ ସମସ୍ତ ଦସ୍ତାବିଜକୁ ଜିଲ୍ଲାପାଳ ଯାଞ୍ଚ କରିବା ପରେ ଆଜି ଶିଶୁଟିକୁ କେରଳର ଦମ୍ପତ୍ତିଙ୍କୁ ହସ୍ତାନ୍ତର କରିଦିଆଯାଇଥିଲା । ଏହି ଶିଶୁଟି ପୁତ୍ର ସନ୍ତାନ ହୋଇଥିବା ବେଳେ ଶିଶୁଟିକୁ ପାଇ ଦମ୍ପତ୍ତି ବେଶ ଖୁସି ଥିବାର ଲକ୍ଷ୍ୟ କରାଯାଇଥିଲା । ହସ୍ତାନ୍ତର ସମୟରେ ଅତିରିକ୍ତ ଜିଲ୍ଲାପାଳ ସଂଗ୍ରାମ ଶେଖର ପଣ୍ଡା, ଜିଲ୍ଲା ସମାଜ ମଙ୍ଗଳ ଅଧିକାରିଣୀ ମୀନତି ଦେଇ, ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀ ଅରୁଣ କୁମାର ତ୍ରୀପାଠୀ, ଶିଶୁ ମଙ୍ଗଳ ସମିତିର ଅଧ୍ୟକ୍ଷ ପ୍ରମୋଦ କୁମାର ରାଉଳ ଏବଂ ସମସ୍ତ ପଞ୍ଚାୟତ ସମିତିର ଶିଶୁ ବିକାଶ ପ୍ରକଳ୍ପ ଅଧିକାରଣୀମାନେ ଉପସ୍ଥିତ ଥିଲେ । ନିସାନ ସାଲୋମ ପୋଷ୍ୟ ସନ୍ତାନ ଗ୍ରହଣ କେନ୍ଦ୍ରର ପରିଚାଳକ ପ୍ରତ୍ୟୁଷ କୁମାର ସୂର୍ଯ୍ୟ, ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ୍ ଓ ସ୍ୱତନ୍ତ୍ର ପୋଷ୍ୟ ସନ୍ତାନ ଗ୍ରହଣ କେନ୍ଦ୍ରର ସମସ୍ତ କର୍ମକର୍ତ୍ତାମାନେ ଉପସ୍ଥିତ ରହି କାର୍ଯ୍ୟକ୍ରମରେ ସହଯୋଗ କରିଥିଲେ ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ