ସୁନାକେରା ପ୍ରାଥମିକ ବିଦ୍ୟାଳୟରେ ଲୋଗୋ ଉନ୍ମୋଚିତ

ବୁଗୁଡ଼ା, (ଅନିଲ କୁମାର ମହାରଣା) :-ବୁଗୁଡା ବ୍ଳକ ଅନ୍ତର୍ଗତ ସୁନାକେରା ପ୍ରାଥମିକ ବିଦ୍ୟାଳୟରେ ସମଗ୍ର ଶିକ୍ଷା ଲୋଗୋ ଉନ୍ମୋଚନ କାର୍ଯ୍ୟ ଅନୁଷ୍ଠିତ ହୋଇଯାଇଛି । ପ୍ରତ୍ୟେକ ଏଲିମେଣ୍ଟାରୀ ବିଭାଗର ବିଦ୍ୟାଳୟ ଗୁଡିକରେ ସମଗ୍ର ଶିକ୍ଷାର ଲୋଗୋ ଅଙ୍କନ କରି ଉନ୍ମୋଚନ କରିବା ପାଇଁ ଗଣଶିକ୍ଷା ବିଭାଗ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଥିଲା। ସେହି ନିର୍ଦ୍ଦେଶ କ୍ରମେ ଶିକ୍ଷାନୁଷ୍ଠାନର ପ୍ରଧାନ ଶିକ୍ଷୟିତ୍ରୀ ପ୍ରତିଭା ମିଶ୍ର ଓ ଏସଏମସି ସଭାନେତ୍ରୀ ସୁନିତା ଜେନା ଲୋଗୋ ଉନ୍ମୋଚନ କରିଥିଲେ। ଏହି କର୍ଯ୍ୟକ୍ରମରେ ବିଦ୍ୟାଳୟର ସହକାରୀ ଶିକ୍ଷକ ବିଶ୍ଵଜିତ ପରିଡା ଯୋଗ ଦେଇଥିଲେ। ଏଥିସହ ଅଭିଭାବକ ତଥା ଗ୍ରାମବାସୀ ବୃନ୍ଦଙ୍କୁ ସର୍ବଶିକ୍ଷା ଅଭିଯାନର ଲକ୍ଷ ଓ ଉଦ୍ଦେଶ୍ୟ ବିଷୟରେ ଅବଗତ କରାଯାଇଥିଲା ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ