ସୁନେତ୍ର କାର୍ଯ୍ୟକ୍ରମ ଉଦଯାପିତ

ଛତ୍ରପୁର, (ଦେବଦତ୍ତ ମହାରଣା):ସମସ୍ତ ଛାତ୍ରଛାତ୍ରୀଙ୍କ ଚକ୍ଷୁର ସୁରକ୍ଷା ପାଇଁ ସ୍ୱାସ୍ଥ୍ୟ ବିଭାଗ ଓ ସମଗ୍ର ଶିକ୍ଷା ବିଭାଗର ମିଳିତ ଆନୁକୁଲ୍ୟରେ ଗତ ୨୧ ତାରିଖରୁ ଚାଲିଥିବା ସୁନେତ୍ର କାର୍ଯ୍ୟକ୍ରମ ଉଦଯାପିତ ହୋଇଯାଇଛି । ଛତ୍ରପୁର ବ୍ଲକ ନରେନ୍ଦ୍ରପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଛତ୍ରପୁର ବ୍ଲକ ଶିକ୍ଷାଧିକାରୀ ସୀତାରାମ ପାତ୍ର ଯୋଗ ଦେଇଥିବା ବେଳେ ସମ୍ମାନିତ ଅତିଥି ଭାବେ ସମଗ୍ର ଶିକ୍ଷା ଅଭିଯାନର ଅନ୍ତଃର୍ନିବେଶୀ ଶିକ୍ଷା ସଂଯୋଜକ ତପନ କୁମାର ସାହୁ, ଅତିରିକ୍ତ ଗୋଷ୍ଠୀ ଶିକ୍ଷାଧିକାରୀ ନୃସିଂହ ଚରଣ ମିଶ୍ର, ଗୋଷ୍ଠୀ ସମ୍ବଳ ଶିକ୍ଷକ ଅଶ୍ୱିନୀ କୁମାର ପାଇକରାୟ, ଗୋଷ୍ଠୀ ସମ୍ବଳ ଶିକ୍ଷୟତ୍ରୀ ଦୀପାଞ୍ଜଳୀ ମହାନ୍ତି ଏବଂ ନରେନ୍ଦ୍ରପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଭାରପ୍ରାପ୍ତ ପ୍ରଧାନ ଶିକ୍ଷକ ପ୍ରମୁଖ ଯୋଗ ଦେଇ ପ୍ରଦୀପ ପ୍ରଜ୍ଜଳନ କରି କାର୍ଯ୍ୟକ୍ରମର ଶୁଭାରମ୍ଭ କରିଥିଲେ । ଏଥିରେ ଛତ୍ରପୁର ବ୍ଲକର କେଟିଏନପୁର, ନରେନ୍ଦ୍ରପୁର ଓ ସୁନ୍ଦରପୁର କ୍ଲଷ୍ଟର ର ୩୦୦ ରୁ ଉର୍ଦ୍ଧ୍ୱ ଛାତ୍ରଛାତ୍ରୀ ଯୋଗ ଦେଇ ଚକ୍ଷୁ ପରୀକ୍ଷା କରିଥିଲେ । ସମସ୍ତ କାର୍ଯ୍ୟକ୍ରମକୁ ୩ ଟି କ୍ଲଷ୍ଟରର ସମସ୍ତ ସିଆରସିସି ଏବଂ ଅନ୍ତଃର୍ନିବେଶୀ ଶିକ୍ଷା ସ୍ୱେଚ୍ଛାସେବୀ ମାନେ ସହ ଯୋଗ କରିଥିଲେ ।

 

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ