ସୁନ୍ଦରପୁର ଗ୍ରାମରେ ଯକ୍ଷ୍ମା ନିରାକରଣ କାର୍ଯ୍ୟକ୍ରମ

ଛତ୍ରପୁର, (ଦେବଦତ୍ତ ମହାରଣା) : ମୁନିସିପେଣ୍ଠ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ର ଭାରପ୍ରାପ୍ତ ଅଧ୍ୟକ୍ଷ ଡାକ୍ତର ସୁଦର୍ଶନ ସାହୁଙ୍କ ନିର୍ଦ୍ଦେଶ କ୍ରମେ ମୁନିଷିପେଣ୍ଠ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ପକ୍ଷରୁ ସ୍ଥାନୀୟ ବ୍ଲକ ଅନ୍ତର୍ଗତ ସୁନ୍ଦରପୁର ଗ୍ରାମରେ ଯକ୍ଷ୍ମା ନିରାକରଣ କାର୍ଯ୍ୟକ୍ରମ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ସରପଂଚ ସସ୍ମିତା ମହାଙ୍କୁଡ, ସମିତିସଭ୍ୟା ସୁକାନ୍ତି ବେହେରା, ବିପିଏମ ବି. ସିମାଂଚଳ ପ୍ରଧାନ, ବରିଷ୍ଠ ଯକ୍ଷ୍ମା ପରିଦର୍ଶକ ପ୍ରଭାତ କୁମାର ସାହୁ, ଅନନ୍ତରାମ ପଣ୍ଡା ପ୍ରମୁଖ ଉପସ୍ଥିତ ରହି ଗ୍ରାମର ୧୬୦ ଜଣଙ୍କ ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇ ଔଷଧ ବିତରଣ କରିଥିଲେ ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ