ସୁପ୍ରିମକୋର୍ଟର ପ୍ରଧାନ ବିଚାରପତି ଭାବେ ଶପଥ ନେଲେ ବୋବଡେ
ଦିଲ୍ଲୀ, (ଯୁଗାବ୍ଦ ନ୍ୟୁଜ): ସୁପ୍ରିମକୋର୍ଟର ୪୭ତମ ପ୍ରଧାନ ବିଚାରପତି ଭାବେ ସୋମବାର ଶପଥ ଗ୍ରହଣ କରିଛନ୍ତି ଜଷ୍ଟିସ ଶରଦ ଅରବିନ୍ଦ ବୋବଡେ । ତାଙ୍କୁ ରଷ୍ଟ୍ରପତି ଭବନଠାରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି । ସୁଚନାଯୋଗ୍ୟ, ସୁପ୍ରିମକୋର୍ଟର ପୂର୍ବତନ ବିଚାରପତି ଜଷ୍ଟିସ ରଞ୍ଜନ ଗୋଗେଇ ତାଙ୍କର ଉତ୍ତରାଧିକାରୀ ତଥା ଦେଶର ସର୍ବୋଚ୍ଚ ନ୍ୟାୟାଳୟର ପ୍ରଧାନ ବିଚାରପତି ଭାବେ ଶ୍ରୀଯୁକ୍ତ ବୋବଡେଙ୍କ ନାମ ଘୋଷଣା କରିଥିଲେ । ତେବେ ରବିବାର ଜଷ୍ଟିସ ଗୋଗେଇଙ୍କ କାର୍ଯ୍ୟକାଳ ଶେଷ ହେବା ପରେ ଆଜି ଜଷ୍ଟିସ ବୋବଡେ କାର୍ଯ୍ୟଭାର ଗ୍ରହଣ କରିଛନ୍ତି । ସେ ଆସନ୍ତା ୨୦୨୧ ମସିହା ଏପ୍ରିଲ ୨୩ ପର୍ଯ୍ୟନ୍ତ ଦାୟିତ୍ୱ ତୁଲାଇବେ । ପର୍ବରୁ ସେ ମଧ୍ୟପ୍ରଦେଶ ହାଇକୋର୍ଟର ମୁଖ୍ୟ ବିଚାରପତି ଥିଲେ । ସୁପ୍ରିମକୋର୍ଟ ଦ୍ୱାରା ଗଠନ କରାଯାଇଥିବା ବିଭିନ୍ନ ଖଣ୍ଡପୀଠରେ ରହି ସେ ଅନେକ ଗୁରୁତ୍ୱପୂର୍ଣ୍ଣ ମାମଲାର ମଧ୍ୟ ଶୁଣାଣୀ କରାଇଥିଲେ ।