ସୁବୁଦ୍ଧିପଲ୍ଲୀ ପ୍ରାଥମିକ ବିଦ୍ୟାଳୟରେ ଲୋଗୋ ଉନ୍ମୋଚିତ
ବୁଗୁଡ଼ା, (ଅନିଲ କୁମାର ମହାରଣା) :-ବୁଗୁଡା ବ୍ଳକ ଅନ୍ତର୍ଗତ ସୁବୁଦ୍ଧିପଲ୍ଲୀ ଗ୍ରାମର ସରକାରୀ ପ୍ରାଥମିକ ବିଦ୍ୟାଳୟରେ ସମଗ୍ର ଶିକ୍ଷା ଲୋଗୋ ଉନ୍ମୋଚନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ପ୍ରତ୍ୟେକ ଏଲିମେଣ୍ଟାରୀ ବିଭାଗର ବିଦ୍ୟାଳୟ ଗୁଡିକରେ ସମଗ୍ର ଶିକ୍ଷାର ଲୋଗୋ ଅଙ୍କନ କରି ଉନ୍ମୋଚନ କରିବା ପାଇଁ ଗଣଶିକ୍ଷା ବିଭାଗ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଥିଲା । ସେହି ନିର୍ଦ୍ଦେଶ କ୍ରମେ ସୁବୁଦ୍ଧିପଲ୍ଲୀ ସରକାରୀ ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ପ୍ରଦୀପ କୁମାର ଦାଶ ଲୋଗୋ ଉନ୍ମୋଚନ କରିଥିଲେ । ସମଗ୍ର ଶିକ୍ଷା ଲୋଗୋ ଉନ୍ମୋଚନ କାର୍ଯ୍ୟକ୍ରମରେ ବିଦ୍ୟାଳୟର ସହକାରୀ ଶିକ୍ଷୟିତ୍ରୀ ସସ୍ମିତା ସ୍ବାଇଁ ଓ ଏସଏମସି ସଭାପତି ପୂର୍ଣ୍ଣଚନ୍ଦ୍ର ଗୌଡ଼ ଯୋଗ ଦେଇଥିଲେ । ଏହି କାର୍ଯ୍ୟକ୍ରମ ଅବସରରେ ଅଭିଭାବକ ତଥା ଗ୍ରାମବାସୀ ବୃନ୍ଦଙ୍କୁ ସର୍ବଶିକ୍ଷା ଅଭିଯାନର ଲକ୍ଷ ଓ ଉଦ୍ଦେଶ୍ୟ ବିଷୟରେ ଅବଗତ କରାଯାଇଥିଲା ।


