ସୁସ୍ଥ ହେଲେ ଆଉ ୧୫ ଆକ୍ରାନ୍ତ
ଭୁବନେଶ୍ବର : ରାଜ୍ୟରେ ଆଉ ୧୫ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁଏହି ସୂଚନା ପ୍ରଦାନ କରାଯାଇଛି । ସୁସ୍ଥ ହୋଇଥିବା ସମସ୍ତ ବ୍ୟକ୍ତି ଯାଜପୁର ଜିଲ୍ଲାର ବୋଲି ଜଣାପଡିଛି । ଏହାକୁ ମିଶାଇ ରାଜ୍ୟରେ ସମୁଦାୟ ସୁସ୍ଥ ବ୍ୟକ୍ତିଙ୍କ ସଂଖ୍ୟା ୧୫୮ରେ ପହଞ୍ଚିଛି । ଉଲ୍ଲେଖଯୋଗ୍ୟ ଯେ ରାଜ୍ୟରେ ସମୁଦାୟ ଆକ୍ରାନ୍ତଙ୍କ ସଂଖ୍ୟା ୬୨୪ ରହିଥିବା ବେଳେ ତନ୍ମଧ୍ୟରୁ ୧୫୮ ଜଣ ସୁସ୍ଥ ହୋଇଛନ୍ତି ଏବଂ ୩ ଜଣଙ୍କ ଦେହାନ୍ତ ଘଟିଛି । ଏହା ସହ ବର୍ତ୍ତମାନ ରାଜ୍ୟରେ ୪୬୩ଟି ସକ୍ରିୟ ଆକ୍ରାନ୍ତ ରହିଛନ୍ତି ।