ସୁସ୍ଥ ହେଲେ ଆଉ ୨୩୭ ଆକ୍ରାନ୍ତ

ଭୁବନେଶ୍ୱର : ରାଜ୍ୟରେ ଆଉ ୨୩୭ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଫଳରେ ମୋଟ ସୁସ୍ଥଙ୍କ ସଂଖ୍ୟା ୩୫୩୪ରେ ପହଁଚିଛି । ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗରୁ ପ୍ରଦତ ସୂଚନା ଅନୁଯାୟୀ, କଟକରୁ ୭୦, ଖୋର୍ଦ୍ଧାରୁ ୫୪, ଜଗତସିଂହପୁରରୁ ୨୦, କନ୍ଧମାଳରୁ ୧୯, ଗଞ୍ଜାମରୁ ୧୭, ଭଦ୍ରକରୁ ୯, ମୟୂରଭଞ୍ଜରୁ ୯, କେନ୍ଦୁଝରରୁ ୮, ଢେଙ୍କାନାଳରୁ ୭, ପୁରୀରୁ ୭, କେନ୍ଦ୍ରାପଡ଼ାରୁ ୪ ଓ ନୟାଗଡ଼ରୁ ୪ ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ସେହିପରି କଳାହାଣ୍ଡି, ମାଲକାନାଗିରି ଓ କଳାହାଣ୍ଡିରୁ ୨ ଜଣ ଲେଖାଏଁ ସୁସ୍ଥ ହୋଇଥିବାବେଳେ ବୌଦ୍ଧ, ଝାରସୁଗୁଡ଼ା ଓ ସୁନ୍ଦରଗଡ଼ରୁ ଜଣେ ଲେଖାଏଁ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ସୂଚନାଯୋଗ୍ୟଯେ, ରାଜ୍ୟରେ ଆଉ ୧୭୪ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । କ୍ୱାରେଂଟାଇନ କେନ୍ଦ୍ରରୁ ୧୫୦ ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ସ୍ଥାନୀୟ ସଂସ୍ପର୍ଶରେ ଆସି ୨୯ ଆକ୍ରାନ୍ତ ହୋଇଛନ୍ତି । ଫଳରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୪୮୫୬ରେ ପହଁଚିଛି ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ