ସୂର୍ଯ୍ୟକ୍ଷେତ୍ର ଫାଉଣ୍ଡେସନ ପକ୍ଷରୁ ଉତ୍କଳ ଦିବସ ପାଳିତ

ଭୁବନେଶ୍ୱର, (ଯୁଗାବ୍ଦ ନ୍ୟୁଜ):ସମାଜସେବା ଅନୁଷ୍ଠାନ ସୂର୍ଯ୍ୟକ୍ଷେତ୍ର ଫାଉଣ୍ଡେସନ ପକ୍ଷରୁ ଉତ୍କଳ ଦିବସ ମହାସମାରୋହରେ ପାଳିତ ହୋଇଯାଇଛି । ଏହି ଉପଲକ୍ଷେ ସ୍ଥାନୀୟ କେଶୁରାସ୍ଥିତ ଫାଉଣ୍ଡେସନର ମୁଖ୍ୟ କାର୍ଯ୍ୟାଳୟଠାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ଅନୁଷ୍ଠାନର ଚେୟାରମ୍ୟାନ ଡଃ ବିପିନ ବିହାରୀ ମିଶ୍ର ଅଧ୍ୟକ୍ଷତା କରି ଓଡ଼ିଶାର ଗାରିମାମୟ କଳା, ସଂସ୍କୃତି, ଐତିହ୍ୟ, ପରମ୍ପରା ଆଦିର ଉପସ୍ଥାପନା କରିଥିଲେ । ଓଡ଼ିଶାକୁ ଏକ ସମୃଦ୍ଧ ଓ ବିକଶିତ ରାଜ୍ୟରେ ପରିଣତ କରିବା ପାଇଁ ସମସ୍ତେ ସଂକଳ୍ପ ନେବାକୁ ଆହ୍ୱାନ କରିଥିଲେ ।ରାଜ୍ୟ ସଂଯୋଜକ ରବୀନ୍ଦ୍ରନାଥ ରାଉତରାୟ ଯୋଗଦେଇ ଭାଷାଭିତ୍ତିକ ସ୍ୱତନ୍ତ୍ର ଓଡ଼ିଶା ଗଠନର ସ୍ୱପ୍ନକୁ ସାକାର କରିଥିବା ମହାମନିଷୀମାନଙ୍କୁ ଭକ୍ତିପୂତ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ । କାର୍ଯ୍ୟକ୍ରମ ଆରମ୍ଭରେ ଉତ୍କଳର ବରପୁତ୍ରମାନଙ୍କ ଫଟୋଚିତ୍ରରେ ମାଲ୍ୟାର୍ପଣ କରାଯାଇଥିଲା । ଅନୁଷ୍ଠାନର ସଦସ୍ୟ ମାନଙ୍କ ଦ୍ୱାରା ବନ୍ଦେ ଉତ୍କଳ ଜନନୀ ସଙ୍ଗୀତ ଗାନ କରାଯାଇଥିଲା । ରାଜ୍ୟ ଭ୍ରଷ୍ଟାଚାର ନିବାରଣ ସଂସ୍ଥାର କର୍ମକର୍ତ୍ତା ବାଳକୃଷ୍ଣ ରାଉତ କାର୍ଯ୍ୟକ୍ରମ ପରିଚାଳନା କରିଥିବା ବେଳେ ବୈରୀଗଞ୍ଜନ ପରିଡ଼ା ଧନ୍ୟବାଦ ଅର୍ପଣ କରିଥିଲେ ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ