ସେକ୍ଟର ଅଫିସର ଏବଂ ସେକ୍ଟର ପୋଲିସ୍ ଅଫିସରଙ୍କ ପ୍ରଶିକ୍ଷଣ ଶିବିର
କେନ୍ଦ୍ରାପଡ଼ା, (ଚିତ୍ତରଞ୍ଜନ ଦାସ):କେନ୍ଦ୍ରାପଡ଼ା ଜିଲ୍ଲାରେ ୨୦୨୪ ସାଧାରଣ ନିର୍ବାଚନକୁ ମୁକ୍ତ, ଅବାଧ, ନିରପେକ୍ଷ ଓ ଶାନ୍ତିପୂର୍ଣ୍ଣ କରିବା ପାଇଁ କେନ୍ଦ୍ରାପଡ଼ା ଜିଲ୍ଲା ପ୍ରଶାସନ ପକ୍ଷରୁ ସେକ୍ଟର ଅଫିସର ଓ ସେକ୍ଟର ପୋଲିସ୍ ଅଫିସର୍ମାନଙ୍କ ଅନ୍ତିମ ପ୍ରଶିକ୍ଷଣ ଶିବିର ଜିଲ୍ଲା ସଂସ୍କୃତି ଭବନରେ ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲା ନିର୍ବାଚନ ଅଧିକାରୀ ତଥା ଜିଲ୍ଲାପାଳ ସୂର୍ଯ୍ୟବଂଶୀ ମୟୂର ବିକାଶ ଓ ଜିଲ୍ଲା ଆରକ୍ଷୀ ଅଧୀକ୍ଷକ ସିଦ୍ଧାର୍ଥ କଟାରିଆ ପ୍ରଦୀପ ପ୍ରଜ୍ଜେ୍ୱାଳନ କରି ଏହି ପ୍ରଶିକ୍ଷଣ ଶିବିରକୁ ଉଦ୍ଘାଟନ କରିଥିଲେ । ଭାରତର ନିର୍ବାଚନ ଆୟୋଗଙ୍କ ନିର୍ଦ୍ଦେଶ ଅନୁଯାୟୀ ନିର୍ବାଚନ ପରିଚାଳନା କରିବାକୁ ଖର୍ଚ୍ଚ ପର୍ଯ୍ୟବେକ୍ଷକ ସ୍ୱାତୀ ଚୁଲେଟ୍ ସମସ୍ତଙ୍କୁ ଆହ୍ୱାନ ଜଣାଇଥିଲେ । ସେକ୍ଟର ଅଫିସର ଓ ସେକ୍ଟର ପୋଲିସ୍ ଅଫିସର୍ମାନଙ୍କ ଗୁରୁଦାୟିତ୍ୱ ଓ କର୍ତ୍ତବ୍ୟ ସମ୍ପର୍କରେ ପୁଙ୍ଖାନୁପୁଙ୍ଖଭାବେ ଆଲୋଚନା କରିଥିଲେ ଅତିରିକ୍ତି ଜିଲ୍ଲା ନିର୍ବାଚନ ଅଧିକାରୀ ତଥା ଆଳି ବିଧାନସଭା ନିର୍ବାଚନ ମଣ୍ଡଳୀର ରିଟର୍ଣ୍ଣିଂ ଅଫିସର ପୀତାମ୍ବର ସାମଲ, ରାଜନଗର ବିଧାନସଭା ନିର୍ବାଚନ ମଣ୍ଡଳୀର ରିଟର୍ଣ୍ଣିଂ ଅଫିସର ନୀଲୁ ମହାପାତ୍ର, ଜିଲ୍ଲା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ରାଜେନ୍ଦ୍ର କୁମାର ପଣ୍ଡା, କେନ୍ଦ୍ରାପଡ଼ା ଓ ପାଟକୁରା ବିଧାନସଭା ନିର୍ବାଚନ ମଣ୍ଡଳୀର ରିଟର୍ଣ୍ଣିଂ ଅଫିସର ରବିନ୍ଦ୍ର କୁମାର ପ୍ରଧାନ, ମହାକାଳପଡ଼ା ବିଧାନସଭା ନିର୍ବାଚନ ମଣ୍ଡଳୀର ରିଟର୍ଣ୍ଣିଂ ଅଫିସର ଅଶୋକ କୁମାର ଦାଶ । ପୋଲିଂ ଷ୍ଟେସନ୍ରେ ନିୟୋଜିତ ପ୍ରିଜାଇଡିଙ୍ଗ୍ ଅଫିସର୍ ଏବଂ ଅନ୍ୟ ପୋଲିଂ ଅଧିକାରୀ ତଥା ସୁରକ୍ଷା ଦାୟିତ୍ୱରେ ଥିବା ପୋଲିସ୍ ଅଧିକାରୀମାନେ ପରସ୍ପରର ମୋବାଇଲ୍ ନମ୍ବରକୁ ନିଜ ନିଜ ମଧ୍ୟରେ ସେୟାର କରିବେ । ଯଦି କୌଣସି ଆଇନ୍ ଶୃଙ୍ଖଳା ପରିସ୍ଥିତି ସୃଷ୍ଟି ହୁଏ ତେବେ ତୁରନ୍ତ ଲୋକାଲ ଆଇଆଇସି/ ସବ୍ ଇନିସ୍ପେକ୍ଟରଙ୍କୁ ପରିସ୍ଥିତି ବିଷୟରେ ଅବଗତ କରାଇଲେ ନିର୍ବାଚନ ପରିଚାଳନାରେ ବ୍ୟାଘତ ସୃଷ୍ଟି କରୁଥିବା ଅସାମାଜିକ ତତ୍ୱକୁ ନିୟନ୍ତ୍ରଣକୁ ଆଣିହେବ । ଏହି ପ୍ରଶିକ୍ଷଣ ଶିବିରରେ ସମସ୍ତ ସେକ୍ଟର ଅଫିସର, ପୋଲିସ୍ ସେକ୍ଟର୍ ଅଫିସର୍, ଆଇଆଇସି, ବିଡିଓ ଏବଂ ତହସିଲ୍ଦାର ପ୍ରମୁଖ ଉପସ୍ଥିତ ଥିଲେ ।