ସୋଡ଼କ ଉଚ୍ଚ ବିଦ୍ୟାଳୟର ବାର୍ଷିକ ଉତ୍ସବ
ପୋଲସରା,(ଯୁଗାବ୍ଦ ନ୍ୟୁଜ୍): ପୋଲସରା ବ୍ଲକ ଅନ୍ତର୍ଗତ ସୋଡ଼କ ନୋଡ଼ାଲ ଉଚ୍ଚ ବିଦ୍ୟାଳୟର ବାର୍ଷିକ ଉତ୍ସବ ବୁଧବାର ଦିନ ଅନୁଷ୍ଠିତ ହୋଇଯାଇଛି। ମୁଖ୍ୟ ଅତିଥି ଭାବେ ପୋଲସରା ବିଧାୟକ ତଥା ଜିଲ୍ଲା ଯୋଜନା ବୋର୍ଡ ଅଧ୍ୟକ୍ଷ ଶ୍ରୀକାନ୍ତ ସାହୁ ଯୋଗଦେଇ କାର୍ଯ୍ୟକ୍ରମକୁ ଉଦଘାଟନ କରିଥିଲେ । ସମ୍ମାନୀତ ଅତିଥି ଭାବେ ପୋଲସରା ବିଇଓ ତ୍ରିଲୋଚନ ତ୍ରିପାଠୀ, ସ୍ଥାନୀୟ ସରପଞ୍ଚ ସସ୍ମିତା କୁମାରୀ ପ୍ରଧାନ ଓ ଏସଏମସି ସଭାପତି ଯୋଗଦେଇଥିଲେ।ବିଦ୍ୟାଳୟର ପ୍ରଧାନ ଶିକ୍ଷକ ସୁଶାନ୍ତ କୁମାର ବେହେରା ବାର୍ଷିକ ଉତ୍ସବ କାର୍ଯ୍ୟକ୍ରମରେ ଅଧ୍ୟକ୍ଷତା କରିଥିଲେ। ଏହି ଅବସରରେ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ଅର୍ଜନ କରିଥିବା ଛାତ୍ରଛାତ୍ରୀ ମାନଙ୍କୁ ଅତିଥି ବୃନ୍ଦ ପୁରସ୍କାର ପ୍ରଦାନ କରିଥିଲେ। ବିଦ୍ୟାଳୟର ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀ ଓ କର୍ମଚାରୀ ବୃନ୍ଦ ଏବଂ ପରିଚାଳନା କମିଟିର ସଦସ୍ୟ ସଦସ୍ୟା ବୃନ୍ଦ କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ। ଶେଷରେ ସାସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ ହୋଇଥିଲା।


