ସୋରଡ଼ ପ୍ରାଥମିକ ବିଦ୍ୟାଳୟରେ ସମଗ୍ର ଶିକ୍ଷା ଲୋଗୋ ଉନ୍ମୋଚିତ

ବୁଗୁଡ଼ା, (ଅନିଲ କୁମାର ମହାରଣା) :-ବୁଗୁଡା ବ୍ଲକ ଅନ୍ତର୍ଗତ ସୋରଡ଼ ସରକାରୀ ପ୍ରାଥମିକ ବିଦ୍ୟାଳୟରେ ସମଗ୍ର ଶିକ୍ଷା ଲୋଗୋ ଉନ୍ମୋଚନ କାର୍ଯ୍ୟ ଅନୁଷ୍ଠିତ ହୋଇଯାଇଛି । ପ୍ରତ୍ୟେକ ଏଲିମେଣ୍ଟାରୀ ସ୍କୁଲରେ ସମଗ୍ର ଶିକ୍ଷାର ଲୋଗୋ ଅଙ୍କନ କରି ଉନ୍ମୋଚନ କରିବା ପାଇଁ ଗଣଶିକ୍ଷା ବିଭାଗ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି । ସେହି ନିର୍ଦ୍ଦେଶ କ୍ରମେ ଲୋଗୋ ଉନ୍ମୋଚନ କାର୍ଯ୍ୟକ୍ରମରେ ଶିକ୍ଷାନୁଷ୍ଠାନର ପ୍ରଧାନ ଶିକ୍ଷକ ରମେଶ ଚନ୍ଦ୍ର ପାତ୍ର, ଏସଏମସି ସଭାପତି, ସହକାରୀ ଶିକ୍ଷକ ଯୋଗ ଦେଇଥିଲେ । ପ୍ରଧାନ ଶିକ୍ଷକ ଓ ସହକାରୀ ଶିକ୍ଷକ ଅଭିଭାବକ ତଥା ଗ୍ରାମବାସୀ ବୃନ୍ଦଙ୍କୁ ସର୍ବଶିକ୍ଷା ଅଭିଯାନର ଉଦ୍ଦେଶ୍ୟ ବିଷୟରେ ଅବଗତ କରାଇଥିଲେ ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ