ସୌମ୍ୟରଞ୍ଜନ ମୃତ୍ୟୁ ମାମଲା : ପାରଳାଖେମୁଣ୍ଡିରେ କ୍ରାଇମବ୍ରାଞ୍ଚର ୪ ଜଣିଆ ଟିମ୍

ପାରଳାଖେମୁଣ୍ଡି, (ତାରିଣୀ ପ୍ରସାଦ ପଣ୍ଡା) : ବହୁ ଚର୍ଚ୍ଚିତ ସୌମ୍ୟରଞ୍ଜନ ମୃତ୍ୟୁ ମାମଲାରେ ପାରଳାଖେମୁଣ୍ଡିରେ ପହଂଚିଲେ କ୍ରାଇମ ବ୍ରାଞ୍ଚର ୪ ଜଣିଆ ଟିମ୍ । ତଦନ୍ତରେ ପାରଳାଖେମୁଣ୍ଡି ପୋଲିସକୁ ସହଯୋଗ କରିବା ନିମନ୍ତେ ଡିଏସପି ବିଜୟ ମଲିଙ୍କ ନେତୃତ୍ୱରେ ଗଜପତି ଜିଲ୍ଲା ଆରକ୍ଷୀ ଅଧିକ୍ଷକ ତପନ କୁମାର ପଟ୍ଟନାୟକଙ୍କୁ ସାକ୍ଷାତ କରି ଏ ସମ୍ପର୍କରେ ଆଲୋଚନା କରିଛନ୍ତି । ଘଟଣାର ଗଭିରତାର ଦୃଷ୍ଟିରେ ରଖି ତଦନ୍ତକୁ ଜୋରଦାର କରିବା ପାଇଁ ସହଯୋଗ କରିବ ଏହି ଟିମ୍ । ଘଟଣାସ୍ଥଳ ଅନୁଧ୍ୟାନ କରିବା ପରେ ବର୍ତ୍ତମାନ ସୁଦ୍ଧା ପୋଲିସ ନିକଟରେ ରହିଥବା ଦସ୍ତାବିଜ ଓ ପ୍ରମାଣକୁ ଆଧାର କରି ତଦନ୍ତ ଅଗ୍ରସର ହେବ । କିନ୍ତୁ ତଦନ୍ତକାରୀ ଅଧିକାରୀଙ୍କ ସହ ଆଲୋଚନା ପରେ ତଦନ୍ତର ଦିଗ ଜଣା ପଡିବ ବୋଲି କହିଛନ୍ତି କ୍ରାଇମ ବ୍ରାଞ୍ଚ ଡିଏସ୍‌ପି ବିଜୟ କୁମାର ମଲିକ ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ