ସ୍କାଉଟ୍‌ସ୍ ଓ ଗାଇଡ଼୍‌ସ୍ ସଂଗଠନ ଦ୍ୱାରା ଆଡ୍‌ଭାନ୍ସଡ ତାଲିମ ଶିବିର

ଭୁବନେଶ୍ୱର, (ଯୁଗାବ୍ଦ ନ୍ୟୁଜ) :ଓଡିଶା ରାଜ୍ୟ ଭାରତ ସ୍କାଉଟସ୍ ଏବଂ ଗାଇଡସ୍ ସଂଗଠନ ଆନୁକୂଲ୍ୟରେ ଆଡଭାନ୍ସଡ ତାଲିମ ଶିବିର ସ୍କାଉଟ ମାଷ୍ଟର ଏବଂ ଗାଇଡ୍ କ୍ୟାପଟେନ (ଉଚ୍ଚବିଦ୍ୟାଳୟ ଶିକ୍ଷକ ଏବଂ ଶିକ୍ଷୟିତ୍ରୀ) ମାନଙ୍କ ପାଇଁ ଏକାଦିକ୍ରମେ ଦୁଇଗୋଟି ତାଲିମ ଶିବିର ରାଜ୍ୟ ମୁଖ୍ୟାଳୟରେ ତା୨୧.୦୮.୨୦୨୩ରିଖ ଠାରୁ ୨୭.୦୮.୨୦୨୩ ରିଖ ପର୍ଯ୍ୟନ୍ତ ଅନୁଷ୍ଠିତ ହେଉଅଛି । ଉକ୍ତ ଶିବିରରେ ଅନୁଗୁଳ, ବଲାଙ୍ଗୀର, ବରଗଡ, ଭଦ୍ରକ, ଭୁବନେଶ୍ୱର, କଟକ, ଢ଼େଙ୍କାନାଳ, ଗଜପତି, ଗଞ୍ଜାମ, ଜଗତସିଂହପୁର, ଯାଜପୁର, କଳାହାଣ୍ଡି, କେଉଁଝର, କେନ୍ଦ୍ରାପଡା, ଖୋର୍ଦ୍ଧା, କୋରାପୁଟ, ମୟୁରଭଞ୍ଜ, ନବରଙ୍ଗପୁର, ନୟାଗଡ, ନୂଆପଡା, ରାୟଗଡା, ରାଉରକେଲା, ସମ୍ବଲପୁର, ସୋନପୁର, ସୁନ୍ଦରଗଡ, ବାଲେଶ୍ୱର, ଝାରସୁଗୁଡା, କନ୍ଧମାଳ, ପୁରୀ ଆଦି ୨୯ ଗୋଟି ଜିଲ୍ଲାରୁ ୧୧୬ ଜଣ ସ୍କାଉଟ ମାଷ୍ଟର ଏବଂ ୮୦ ଜଣ ଗାଇଡ୍ କ୍ୟାପଟେନ ତାଲିମ ନେବାପାଇଁ ଯୋଗଦାନ କରିଛନ୍ତି । ତା୨୧ା୮ା୨୩ରିଖ ଦିନ ରାଜ୍ୟ ମୁଖ୍ୟ କମିଶନର ଡଃ. କାଳିପ୍ରସାଦ ମିଶ୍ର ଉକ୍ତ ତାଲିମ ଶିବିରକୁ ଆନୁଷ୍ଠାନିକ ଭାବେ ଉଦ୍‌ଘାଟନ କରିଥିବା ବେଳେ ତା୨୬.୦୮.୨୦୨୩ରିଖ ଦିନ ଉଦ୍‌ଯାପନୀ ଉତ୍ସବରେ ଏଫ.ଏ. ତଥା ସ୍ୱତନ୍ତ୍ର ସଚିବ, ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଶ୍ରୀ ରତିକାନ୍ତ ମହାପାତ୍ର ଓ.ଏଫ.ଏସ୍‌. (ଏସ.ଏସ.ଜି)ମୁଖ୍ୟ ଅତିଥି ଭାବରେ ଯୋଗଦେଇ ତାଲିମ ନେବାକୁ ଆସିଥିବା ଶିକ୍ଷକ ଶିକ୍ଷୟିତ୍ରୀମାନଙ୍କୁ ବିଦ୍ୟାଳୟରେ ସ୍କାଉଟ ଓ ଗାଇଡ୍ ଶିକ୍ଷା ମାଧ୍ୟମରେ ଛାତ୍ରଛାତ୍ରୀମାନଙ୍କୁ ଜଣେ ଜଣେ ଭଲ ସୁନାଗରିକ ଭାବେ ଗଢ଼ିତୋଳିବା ପାଇଁ ପରାମର୍ଶ ଦେଇଥିଲେ । ସମସ୍ତ ସ୍କାଉଟ ମାଷ୍ଟର ଓ ଗାଇଡ୍ କ୍ୟାପଟେନମାନଙ୍କୁ ମାନ୍ୟବର ମନ୍ତ୍ରୀ ଖାଦ୍ୟଯୋଗାଣ ଓ ସମବାୟ ଏବଂ ଉଚ୍ଚଶିକ୍ଷା ତଥା ଓଡିଶା ରାଜ୍ୟ ଭାରତ ସ୍କାଉଟସ୍ ଏବଂ ଗାଇଡସ୍‌ର ସଭାପତି ଶ୍ରୀଯୁକ୍ତ ଅତନୁ ସବ୍ୟସାଚୀ ନାୟକ ସମସ୍ତ ଶିକ୍ଷକ, ଶିକ୍ଷୟତ୍ରୀମାନଙ୍କୁ ଶୁଭେଚ୍ଛା ବାର୍ତ୍ତା ଦେଇଛନ୍ତି ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ