ସ୍ବଚ୍ଛ ଭାରତ ଦିବସ ପାଳିତ
ଭଞ୍ଜନଗର,(ସନ୍ତୋଷ କୁମାର ଜେନା): ଭଞ୍ଜନଗର ବିଜ୍ଞାପିତ ଅଞ୍ଚଳ ପରିଷଦ ପକ୍ଷରୁ ବୁଧବାର ସ୍ବଚ୍ଛ ଭାରତ ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ଭଞ୍ଜନଗର ସହରରେ ଥିବା ଜାତିର ପିତା ମହାତ୍ମା ଗାନ୍ଧୀ, କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ, ଗୋପବନ୍ଧୁ ଦାସ, କୃଷକ ନେତା ବଳଭଦ୍ର ଆରୁଖଙ୍କ ପ୍ରତିମୂର୍ତ୍ତି ସମେତ ଅନ୍ୟ ମହାପୁରୁଷଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ କରାଯାଇଥିଲା। ବିଜ୍ଞାପିତ ଅଞ୍ଚଳ ପରିଷଦର ଅଧକ୍ଷ ଗୋପବନ୍ଧୁ ମହାପାତ୍ର, ଉପାଧ୍ୟକ୍ଷା ଶୁଭଶ୍ରୀ ଦାସ, କାର୍ଯ୍ୟନିର୍ବାହୀ ଅଧିକାରୀ ମୁରଲିକୃଷ୍ଣ ପଣ୍ଡାଙ୍କ ସମେତ ପାରିଷଦର ସମସ୍ତ କାଉନସିଲର ସକାଳୁ ସକାଳୁ ମହାପୁରୁଷଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ କରିଥିଲେ। ଏହା ପରେ ଏନଏସି ସଭା ଗୃହରେ ସ୍ବଚ୍ଛ ଭାରତ ଦିବସ ଉପଲକ୍ଷେ ସ୍ଥାନୀୟ ସଭା ଗୃହରେ ଏକ ସଭା ଅନୁଷ୍ଠିତ ହୋଇଥିଲା।ଏହି ଅବସରରେ ବିଭିନ୍ନ ପ୍ରତିଯୋଗିତାରେ କୃତକାର୍ଯ୍ୟ ହୋଇଥିବା ପ୍ରତିଯୋଗୀ ସମେତ ସ୍ବଚ୍ଛ କର୍ମଚାରୀଙ୍କୁ ପୁରସ୍କୃତ କରାଯାଇଥିଲା।


