ସ୍ୱାସ୍ଥ୍ୟକର୍ମୀଙ୍କୁ କରୋନା, ଆଉ ୨ ଚିହ୍ନଟ,

ଭୁବନେଶ୍ୱର : ରାଜ୍ୟରେ ଆଉ ୨ ଜଣ କରୋନା ଦ୍ୱାରା ଆକ୍ରାନ୍ତ ହୋଇଛନ୍ତି । କୋରାପୁଟରେ ପ୍ରଥମ ଥର ପାଇଁ ଜଣେ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି । ୨୨ ବର୍ଷୀୟ ସେହି କରୋନା ଆକ୍ରାନ୍ତ ସ୍ୱାସ୍ଥ୍ୟକର୍ମୀ ଭାବେ କାର୍ଯ୍ୟ କରୁଛନ୍ତି । ସେହିପରି ବାଲେଶ୍ୱରରେ ଆଉ ଜଣେ କରୋନାରେ ଆକ୍ରାନ୍ତ ହୋଇଛନ୍ତି । ୩୨ ବର୍ଷୀୟ ଏହି ପୁରୁଷ ଜଣଙ୍କ ପଶ୍ଚିମବଙ୍ଗରୁ ଆସିଥିଲେ । ୨ ନୂତନ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୧୦ରେ ପହଁଚିଛି । ଉଲ୍ଲେଖଯୋଗ୍ୟ ଯେ, ରାଜ୍ୟରେ ସମୁଦାୟ ଆକ୍ରାନ୍ତଙ୍କ ସଂଖ୍ୟା ୧୧୦ ରେ ପହଞ୍ଚିଥିବା ବେଳେ ତନ୍ମଧ୍ୟରୁ ୩୭ ଜଣ ସୁସ୍ଥ ହୋଇଛନ୍ତି ଏବଂ ଜଣଙ୍କର ମୃତ୍ୟୁ ଘଟିଛି ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ