ସ୍ୱାସ୍ଥ୍ୟମନ୍ତ୍ରୀ ନବ ଦାସଙ୍କ ବିୟୋଗରେ ସମାଜବାଦୀ ପାର୍ଟିର ଶୋକ
ଭୁବନେଶ୍ୱର, (ଯୁଗାବ୍ଦ ନ୍ୟୁଜ):ରାଜ୍ୟର ସ୍ୱାସ୍ଥ୍ୟମନ୍ତ୍ରୀ ନବ ଦାସଙ୍କ ବିୟୋଗରେ ସମାଜବାଦୀ ପାର୍ଟି, ଓଡ଼ିଶା ରାଜ୍ୟ କମିଟି ପକ୍ଷରୁ ସଭାପତି ରବି ବେହେରା ଗଭୀର ଶୋକ ପ୍ରକାଶ କରିଛନ୍ତି । ପୋଲିସ୍ ଗୁଳିରେ ପ୍ରାଣ ହରାଇଥିବା ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ବିୟୋଗ ଓଡ଼ିଶା ରାଜନୀତିରେ ଏକ ଅପୂରଣୀୟ କ୍ଷତି । ତାଙ୍କର ବିୟୋଗ ସାଧାରଣଙ୍କ ଜନତାଙ୍କ ଜୀବନ ପ୍ରତି ପୋଲିସ୍ର ନିଷ୍କ୍ରିୟତା ଓ ଉଦାସୀନତା ପ୍ରତି ଅଙ୍ଗୁଳି ନିର୍ଦ୍ଦେଶ କରୁଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ଘଟଣା ଉପରେ ଦୃଢ କାର୍ଯ୍ୟାନୁଷ୍ଠାନ ନେବା ପାଇଁ ସମାଜାବାଦୀ ପାର୍ଟି ଓଡ଼ିଶା ରାଜ୍ୟ କମିଟି ଦାବି କରିଛି ।