ନେତାଜୀ ଓ ସୁରେନ୍ଦ୍ର ସାଏ ଜୟନ୍ତି ପାଳିତ
ହିଞ୍ଜିଳିକାଟୁ, (ଯୁଗାବ୍ଦ ନ୍ୟୁଜ, ଶେଷଦେବ ସାହୁ) : ହିଞ୍ଜିଳିକାଟୁ ପୌରାଂଚଳ ଓ ବ୍ଳକର ବିଭିନ୍ନ ସ୍ୱେଛାସେବୀ ଅନୁଷ୍ଠାନ ସମେତ ବିଭିନ୍ନ ସରକାରୀ ଓ ବେସରକାରୀ ଶିକ୍ଷାନୁଷ୍ଠାନ ଗୁଡ଼ିକରେ ସ୍ୱାଧିନତା ସଂଗ୍ରାମୀ ନେତାଜୀ ସୁବାଷ ଚନ୍ଦ୍ର ବୋଷ ଓ ବୀର ସୁରେନ୍ଦ୍ର ସାଏଙ୍କ ଜନ୍ମ ଜୟନ୍ତି ପାଳନ କରାଯାଇଛି । ପ୍ରାତଃହରୁ ଶିକ୍ଷାର୍ଥୀ ମାନେ ଶିକ୍ଷାନୁଷ୍ଠନ ଗୁଡ଼ିକରେ ପଂହଚି ନେତାଜୀ ଓ ସୁରେନ୍ଦ୍ର ସାଏଙ୍କ ଫଟୋଚିତ୍ରରେ ପୁଷ୍ପମାଲ୍ୟ ଅର୍ପଣ କରିବା ପରେ ବିଦ୍ୟାଳୟ ପରିସରରେ ସଭାର ଆୟୋଜନ କରାଯାଇଥିଲା । ସଭାରେ ଶିକ୍ଷାର୍ଥୀ ଓ ଶିକ୍ଷକ, ଶିକ୍ଷୟତ୍ରୀ ମାନେ ନେତାଜୀ ଓ ସୁରେନ୍ଦ୍ର ସାଏଙ୍କ ଆତ୍ମଜୀବନି ସମ୍ପର୍କରେ ଆଲୋକପାତ କରାଯାଇଥିଲା । ହିଞ୍ଜିଳିକାଟୁ ପୌରାଂଚଳ ସ୍ଥିତ ସରକାରୀ ବୃନ୍ଦାବନ ବିଦ୍ୟାଳୟ, ସରକାରୀ ଏନଏସି ଉଚ୍ଚ ବିଦ୍ୟାଳୟ, ଲକ୍ଷ୍ମୀ ନୃସିଂହ ପ୍ରାଥମିକ ବିଦ୍ୟାଳୟ, ଆଙ୍କୋରଡ଼ା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ, ହିଞ୍ଜିଳି ବାଳକ ବାଳିକା ପ୍ରାଥମିକ ବିଦ୍ୟାଳୟ, ରେଗିଡ଼ି ସାହି ପ୍ରାଥମିକ ବିଦ୍ୟାଳୟ, ଧରିତ୍ରୀ ପବ୍ଳିକ ସ୍କୁଲ,ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର, ସ୍ୱାମୀ ଚିଦାନନ୍ଦ ସରସ୍ୱତୀ ଶିଶୁ ମନ୍ଦିର, ହିଞ୍ଜିଳିକାଟୁ ବ୍ଳକ ବୁରୁପଡ଼ା ଭଗବତି ବିଦ୍ୟାପିଠ, ପୋଡ଼ିଙ୍ଗି ଶ୍ୟାମଳାଇ ବିଦ୍ୟାପିଠ, ବଡ଼ଖଣ୍ଡି ସତ୍ୟଭାମା ବିଦ୍ୟାପିଠ, କଂଚୁରୁ ସରକାରୀ ଉଚ୍ଚ ବିଦ୍ୟାଳୟ, ଦୁର୍ବନ୍ଧ ପଂଚାୟତ ଉଚ୍ଚ ବିଦ୍ୟାଳୟ, ସିକିରି ଉଦୟନାଥ ଉଚ୍ଚ ବିଦ୍ୟାଳୟ, ସିକିରି ବିନାୟକ ପାଠାଗାର, ପୋଡ଼ିଙ୍ଗି ସ୍ଥିତ ସ୍ୱେଛାସେବୀ ଅନୁଷ୍ଠାନ ପଲ୍ଲୀ ବିକାଶ କେନ୍ଦ୍ର, ଶାସନ ଆମ୍ବଗାଁ ସ୍ଥିତ ଓଡିଶା ଆଦର୍ଶ ବିଦ୍ୟାଳୟ, ଖରିଡ଼ା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ସମେତ ସ୍ଥାନୀୟ ପୌରାଂଚଳ ଓ ବ୍ଳକ ଅଂଚଳର ବହୁ ସରକାରୀ ଓ ବେସରକାରୀ ଶିକ୍ଷାନୁଷ୍ଠାନ ଓ ବହୁ ସ୍ୱେଛାସେବୀ ଅନୁଷ୍ଠାନ ପକ୍ଷରୁ ନେତାଜୀ ସୁବାଷ ଚନ୍ଦ୍ର ବୋଷ ଓ ବୀର ସୁରେନ୍ଦ୍ର ସାଏଙ୍କ ଜନ୍ମ ଜୟନ୍ତି ପାଳନ କରାଯାଇଥିଲା ।