ସ୍ୱୟଂ ସହାୟକ ଗୋଷ୍ଠୀ ପରିଚାଳିତ ଧାନ ମଣ୍ଡି ଉଦଘାଟନ

ବୁଗୁଡ଼ା, (ଅନିଲ କୁମାର ମହାରଣା) :ମହିଳା ମାନଙ୍କୁ ଆତ୍ମନିର୍ଭରଶୀଳ କରିବା ସହ ରାଜନୀତିର ମୁଖ୍ୟ ଶ୍ରୋତାରେ ସାମିଲ ହେବା ପାଇଁ ମାନ୍ୟବର ମୁଖ୍ୟମନ୍ତ୍ରୀ ବିଭିନ୍ନ ପଦକ୍ଷେପ ଗ୍ରହଣ କରିଛନ୍ତି । ମହିଳା ମାନଙ୍କ ଉନ୍ନତି ପାଇଁ ସ୍ୱତନ୍ତ୍ର ଭାବେ ମିଶନ ଶକ୍ତି ବିଭାଗ ସୃଷ୍ଟି କରିଛନ୍ତି । ସେବା ସମବାୟ ସମିତି ରେ ଧାନ ମଣ୍ଡି ଖୋଲି ଚାଷୀଙ୍କ ଠାରୁ ଧାନ କ୍ରୟ ବ୍ୟବସ୍ଥା ଥିବା ବେଳେ ବର୍ତ୍ତମାନ କେତକ ସ୍ଥାନରେ ସ୍ୱୟଂ ସହାୟକ ଗୋଷ୍ଠୀ ମାଧ୍ୟମରେ ଧାନ କ୍ରୟ ପାଇଁ ପଦକ୍ଷେପ ଗ୍ରହଣ କରିଛନ୍ତି । ସେହି ପ୍ରରିପେକ୍ଷିରେ ପୂର୍ବରୁ ଦୁଇଟି ପଞ୍ଚାୟତରେ ସ୍ୱୟଂ ସହାୟକ ଗୋଷ୍ଠୀ ଧାନ ମଣ୍ଡି ଖୋଲିଥିବା ବେଳେ ଜାନୁଆରୀ ୦୪ ତାରିଖ ଦିନ ଜେ.ଡେଙ୍ଗାପଦର ଗ୍ରାମରେ ଆଉ ଏକ ଧାନ ମଣ୍ଡିକୁ ବିଧାୟକ ତଥା ଜିଲ୍ଲା ଯୋଜନା ବୋର୍ଡ଼ ଅଧ୍ୟକ୍ଷ ଶ୍ରୀକାନ୍ତ ସାହୁ ମହୋଦୟ ଉଦଘାଟନ କରିଛନ୍ତି । ଏହି ଧାନ ମଣ୍ଡିରେ ଧନ କିଣିବା ଦ୍ୱାୟିତ୍ୱ ମା କିଚକେଶ୍ୱରୀ ସ୍ୱୟଂ ସହାୟକ ଗୋଷ୍ଠୀକୁ ଦିଆଯାଇଛି । ଏହି କାର୍ଯ୍ୟକ୍ରମରେ ପୋଲସରା ବିଡ଼ିଓ ସୁରଞ୍ଜନ କୁମାର ସାହୁ, ତହସିଲଦାର ଦିଲ୍ଲୀପ କୁମାର ନାୟକ, ବ୍ଲକ ଅଧ୍ୟକ୍ଷ ବଳରାମ ସେଠୀ, ଉପାଧ୍ୟକ୍ଷା ସଂଯୁକ୍ତା ବାଡତ୍ୟା, ସିଡିପିଓ କୁନ୍ତାଳ କୁମାରୀ ନାୟକ, ସରପଞ୍ଚ ପ୍ରତିନିଧି କୃଷ୍ଣ ଚନ୍ଦ୍ର ଜେନା, ସମିତି ସଭ୍ୟ କୃଷ୍ଣ ଚନ୍ଦ୍ର ଭୂୟାଁ ପ୍ରମୁଖ ସମ୍ମାନିତ ଅତିଥି ଭାବେ ଯୋଗ ଦେଇଥିଲେ । ସରକାରୀ କର୍ମଚାରୀ ବୃନ୍ଦ କାର୍ଯ୍ୟକ୍ରମରେ ସହଯୋଗ କରିଥିଲେ ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ