ହତ୍ୟା ଉଦ୍ୟମ ମାମଲା ଅଭିଯୁକ୍ତ ଗିରଫ
ଦିଗପହଣ୍ଡି, (ଯୁଗାବ୍ଦ ନ୍ୟୁଜ):ଦିଗପହଣ୍ଡି ପୋଲିସ ଶନିବାର ପଦ୍ମନାଭପୁର ଗ୍ରାମର ନୀଳମାଧବ ବେହେରା ଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛନ୍ତି।ଥାନା ମାମଲା ନଂ.୮/୨୪ ଦଫା – ୨୯୪/୩୦୭/୩୨୪/୫୦୬ ଅନୁଯାୟୀ ଜାମିନ ଆବେଦନ ଖାରଜ ହେବାରୁ ଅଭିଯୁକ୍ତ ଙ୍କୁ ଦିଗପହଣ୍ଡି ସବ ଜେଲ ହାଜତକୁ ପଠାଇ ଦିଆଯାଇଛି।ପୂର୍ବ ଶତ୍ରୁତା କୁ କେନ୍ଦ୍ରକରି ଅଭିଯୁକ୍ତ ନିଶାସକ୍ତ ଅବସ୍ଥାରେ ଶୁକ୍ରବାର ସନ୍ଧ୍ୟା ପ୍ରାୟ ୭ ଟା ରେ ଗ୍ରାମର ମନୋଜ କୁମାର ମିଶ୍ର ଙ୍କୁ ଘାତକ ଆକ୍ରମଣ କରିଥିଲେ।ଗୁରୁତର ଆହାତ ମନୋଜ ଙ୍କୁ ପ୍ରଥମେ ଦିଗପହଣ୍ଡି ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ରେ ଭର୍ତ୍ତି କରାଯାଇଥିଲା। ସେଠାରେ ପ୍ରାଥମିକ ଚିକିତ୍ସା ପରେ ତାଙ୍କୁ ସଙ୍କଟାପନ୍ନ ଅବସ୍ଥାରେ ବ୍ରହ୍ମପୁର ବଡ ଡାକ୍ତରଖାନା କୁ ସ୍ଥାନାନ୍ତର କରାଯାଇଥିଲା।


