ହସନାପଲ୍ଲୀ ପ୍ରାଥମିକ ବିଦ୍ୟାଳୟର ବାର୍ଷିକ ଉତ୍ସବ

ଭଞ୍ଜନଗର,(ସନ୍ତୋଷ କୁମାର ଜେନା ) : ଛାତ୍ରଛାତ୍ରୀମାନଙ୍କର ସହଶୈକ୍ଷିକ ଅଭିବୃଦ୍ଧିରେ ବାର୍ଷିକ ଉତ୍ସବ ସହାୟକ ହୋଇଥାଏ। ତେଣୁ ପ୍ରତ୍ୟେକ ବିଦ୍ୟାଳୟ ବର୍ଷକୁ ଥରେ ବାର୍ଷିକ ଉତ୍ସବର ଆୟୋଜନ କରାଯାଇଥାଏ। ଏହି ପରିପ୍ରେକ୍ଷୀରେ ହସନାପଲ୍ଲୀ ପ୍ରାଥମିକ ବିଦ୍ୟାଳୟ ପରିସରରେ ଗତ ଶନିବାର ଦିନ ପ୍ରଧାନଶିକ୍ଷୟିତ୍ରୀ ଅନିତା କୁମାରୀ ପ୍ରଧାନଙ୍କ ସଭାପତିତ୍ୱରେ ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୁଖ୍ୟଅତିଥି ଭାବେ ସମିତିସଭ୍ୟ ଲକ୍ଷ୍ମୀନାରାୟଣ ସ୍ୱାଇଁ, ମୁଖ୍ୟବକ୍ତା ଭାବେ ଜିଲୁଣ୍ଡି ଆଞ୍ଚଳିକ ସାଧନ କେନ୍ଦ୍ର ସଂଯୋଜକ କାଳିଚାରଣ ସାହୁ, ସମ୍ମାନିତ ଅତିଥି ରୂପେ ବିଦ୍ୟାଳୟ ପରିଚାଳନା କମିଟିର ସଭାନେତ୍ରୀ କାବେରୀ ନାୟକ, ଶାଳୁଆପଲ୍ଲୀ ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ଇନ୍ଦିରା ସେଠୀ, ମୁଦୁଲିପଲ୍ଲୀ ପ୍ରାଥମିକ ବିଦ୍ୟାଳୟର ପ୍ରଧାନଶିକ୍ଷୟିତ୍ରୀ ଜି. ମାଧବୀ ଯୋଗଦେଇ ଛାତ୍ରଛାତ୍ରୀମାନଙ୍କୁ ଉତ୍ସାହିତ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ଅଙ୍ଗନୱାଡ଼ି କର୍ମୀ ଲିପ୍‍ସା ନାୟକ, ପାଣ୍ଡବ ନାୟକ, ଚରଣ ନାୟକଙ୍କ ସମେତ ଗ୍ରାମର ଅଭିଭାବକ ଏବଂ ବୁଦ୍ଧିଜୀବୀମାନେ ଯୋଗଦେଇଥିଲେ। ସମସ୍ତ ଅତିଥି ଛାତ୍ରଛାତ୍ରୀମାନଙ୍କୁ ପୁରଷ୍କାର ବଣ୍ଟନ କରିଥିଲେ। ମଳାସପଦର ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ସହକାରୀ ଶିକ୍ଷୟିତ୍ରୀ ପ୍ରଭାତୀ ମଞ୍ଜରୀ ବେହେରା କାର୍ଯ୍ୟକ୍ରମକୁ ସଂଯୋଜନା କରିଥିବାବେଳେ ବିଦ୍ୟାଳୟର ସହକାରୀ ଶିକ୍ଷକ ପଦ୍ମଚରଣ ପ୍ରଧାନ ଧନ୍ୟବାଦ ପ୍ରଦାନ କରିଥିଲେ। ଶେଷରେ ଛାତ୍ରଛାତ୍ରୀମାନଙ୍କ ଦ୍ୱାରା ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ