ହସ୍ପିଟାଲରେ ଭର୍ତ୍ତି ହେଲେ ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂହ
ନୂଆଦିଲ୍ଲୀ : ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂହ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। ଛାତିରେ ଯନ୍ତ୍ରଣା ଅନୁଭବ କରିବାରୁ ତାଙ୍କୁ ଦିଲ୍ଲୀ ଏମ୍ସରେ ଭର୍ତ୍ତି କରାଯାଇଥିବାର ସୂଚନା ରହିଛି। ମିଳିଥିବା ସୂଚନା ଅନୁସାରେ ପୂର୍ବତନ ପ୍ରଧାନମନ୍ତ୍ରୀ ତଥା କଂଗ୍ରେସର ନେତା ଡ. ମନମୋହନ ସିଂହଙ୍କ ସ୍ବାସ୍ଥ୍ୟବସ୍ଥା ଭଲ ନଥିବାର ସୂଚନା ରହିଛି। ରବିବାର ରାତ୍ରିରେ ଛାତିରେ ଯନ୍ତ୍ରଣା ଅନୁଭବ କରିବାରୁ ତାଙ୍କୁ ଏମସ୍ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ଡାକ୍ତର ତାଙ୍କର ଚିକିତ୍ସା କରୁଥିବାବେଳେ ଚିନ୍ତା କରିବାର ଆବଶ୍ୟକତା ନାହିଁ ବୋଲି କହିଛନ୍ତି ଡାକ୍ତର।