ହାଟଡ଼ିହି ରେ ଆମ ଓଡ଼ିଶା ନବୀନ ଓଡିଶା କାର୍ଯ୍ୟକ୍ରମ
ହାଟଡ଼ିହି, (ବିକାଶ ବିଶ୍ୱାଳ):ରାଜ୍ୟ ସରକାରଙ୍କ ଆମ ଓଡିଶା ନବୀନ ଓଡିଶା କାର୍ଯ୍ୟକ୍ରମ କେନ୍ଦୁଝର ଜିଲ୍ଲାରୁ ଶୁଭାରମ୍ଭ ହୋଇଛି | ମାନ୍ୟବର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭରଚୁଆଲ ମୋଡ଼ରେ ଏହାର ଶୁଭାରମ୍ଭ କରିଛନ୍ତି l ପ୍ରତି ଗାଁ ହେବ ସଶକ୍ତ ଓଡ଼ିଶାର ପ୍ରତିଛବି ନାରାରେ ଏହି ଯୋଜନା ର ଶୁଭାରମ୍ଭ କରାଯାଉଥିବା ବେଳେ କେନ୍ଦୁଝର ଜିଲ୍ଲାର ୧୩ ଟି ବ୍ଲକରୁ ପ୍ରଥମେ ଏହାର ଶୁଭାରମ୍ଭ କରାଯାଇଥିଲା । ଏହି ଯୋଜନାରେ ସମଗ୍ର ଜିଲାରେ ୧୪୮ କୋଟି ୫୦ ଲକ୍ଷ ଟଙ୍କା ବ୍ୟୟରେ ୩ହଜାର ୫ଶହ ୬୮ ଟି ବିଭିନ୍ନ ଉନ୍ନୟନ ପ୍ରକଳ୍ପ ସାମିଲ ହୋଇଛି। ସେଥିମଧ୍ୟରୁ ହାଟଡ଼ିହି ବ୍ଲକ ର ୩୧ ପଂଚାୟତ ରେ ୪୫୧ଟି ପ୍ରକଳ୍ପ ପାଇଁ ୧୫ କୋଟି ୫୦ଲକ୍ଷ ଟଙ୍କା ପ୍ରଦାନ କରାଯାଇଛି। ଏହି ଅବସରରେ ଆଜି ହାଟଡ଼ିହି ବ୍ଲକ କାର୍ଯ୍ୟାଳୟ ପରିସରରେ ଅନୁଷ୍ଠିତ କାର୍ଯ୍ୟକ୍ରମ ରେ ଆନନ୍ଦପୁର ବିଧାୟକ ଭାଗିରଥି ସେଠୀ ଯୋଗଦେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଏହି ଯୋଜନା ଦ୍ୱାରା ହାଟଡ଼ିହି ବ୍ଲକ ର ୩୧ଟି ଯାକ ପଞ୍ଚାୟତରେ ବିକାଶ ର ବାର୍ତ୍ତା ପହଞ୍ଚିବ ବୋଲି ମତବ୍ୟକ୍ତ କରିଥିଲେ। ବିଶେଷ କରି ଏ ଅଞ୍ଚଳର ମଠ ମନ୍ଦିର ନିର୍ମାଣ ଉପରେ ସରକାର ଗୁରୁତ୍ୱ ଦେଇଥିବା ବେଳେ ସମସ୍ତ ସ୍କୁଲ କଲେଜ କୁ ୫-ଟି ରେ ସାମିଲ କରାଇ ଶିକ୍ଷା ର ବିକାଶ ପ୍ରତି ଧ୍ୟାନ ଦେଇ ଥିବାରୁ ମୁଖ୍ୟମନ୍ତ୍ରୀ ଓ ୫-ଟି ସଚିବ ଭି କେ ପଣ୍ଡିଆନ ଙ୍କୁ କୃତଜ୍ଞତା ଜଣାଇଥିଲେ। ଏହି କାର୍ଯ୍ୟକ୍ରମ ରେ ଆନନ୍ଦପୁର ଉପଜିଲ୍ଲାପାଳ ଅନିଲ କୁମାର ସେଠୀ, ବିଡ଼ିଓ ସୌମ୍ୟଶ୍ରୀ ପାଣିଗ୍ରାହୀ, ବ୍ଲକ ଅଧ୍ୟକ୍ଷା ସାବିତ୍ରୀ ସେଠୀ, ଉପାଧ୍ୟକ୍ଷ ରତିକାନ୍ତ ରାଉତ, ଜିଲ୍ଲା ପରିଷଦ ସଦସ୍ୟ ବିମ୍ବାଧର ବିଶ୍ୱାଳ, କୌଶଲ୍ୟା ସେଠୀ, ସୁକାନ୍ତି ଯେନା, ସରପଞ୍ଚ ଚିନ୍ମୟ ନାୟକଙ୍କ ସମେତ ସମସ୍ତ ପଂଚାୟତ ର ସରପଞ୍ଚ, ସମିତି ସଭ୍ୟ ଓ ଏସ.ଏସ.ଜି ଗ୍ରୁପର ମା ମାନେ ଉପସ୍ଥିତ ଥିଲେ l ବ୍ଳକ ର ସମସ୍ତ କର୍ମଚାରୀ ମାନେ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ।