ହାଟଡିହି ହାଇସ୍କୁଲର ବାର୍ଷିକ କ୍ରୀଡା ଉଦଯାପିତ
ହାଟଡ଼ିହି, : ହାଟଡିହି ହାଇସ୍କୁଲର ବାର୍ଷିକ କ୍ରୀଡା ଉତ୍ସବ ଉଦଯାପିତ ହୋଇଯାଇଛି । ୨ଦିନ ଧରି ଚାଲିଥିବା ଏହି ବାର୍ଷିକ କ୍ରୀଡା ଉତ୍ସବରେ ଛାତ୍ରଛାତ୍ରୀ ମାନଙ୍କ ମଧ୍ୟରେ ଦୌଡ, ଲମ୍ବଡିଆଁ, ଉଚ୍ଚ ଡିଆଁ, ସଟଫୁଟ ଥ୍ରୋ, ଡିସିକସ ଥ୍ରୋ, ଜାଭେଲିନି ଥ୍ରୋ, ଗଣିତ ଦୌଡ ଆଦି ପ୍ରତିଯୋଗିତା ମାନ ଅନୁଷ୍ଠିତ ହୋଇଥିଲା । ଶତାଧିକ ଛାତ୍ରଛାତ୍ରୀ ଏଥିରେ ଅଂଶ ଗ୍ରହଣ କରିଥିବାବେଳେ ଖେଳ ଶିକ୍ଷକ ପ୍ରମୋଦ ବେହେରା ଖେଳ ପରିଚାଳନା କରିଥିଲେ । ପ୍ରଧାନ ଶିକ୍ଷକ ଶିଶିର କୁମାର କରଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଉଦଯାପନି ସଭାରେ ମୁଖ୍ୟ ଅତିôତ ଭାବେ ଆନନ୍ଦପୁର ବିଧାୟକ ଭାଗିରଥି ସେଠୀ, ମୁଖ୍ୟ ବକ୍ତା ଭାବେ ଜିଲ୍ଲା ଶିକ୍ଷା ଅଧିକାରୀ କପିଳେନ୍ଦ୍ର ମିଶ୍ର, ସମ୍ମାନୀତ ଅତିଥି ଭାବେ ଆମ ବିଦ୍ୟାଳୟ କମିଟିର ସଭାପତି ତଥା ପୁର୍ବତନ ବିଧାୟକ ମାୟାଧର ଜେନା, ହାଟଡିହି ପଞ୍ଚାୟତର ସରପଞ୍ଚ ଅନୁସୁୟା ସେଠୀ ପ୍ରମୁଖ ଯୋଗଦେଇ ଛାତ୍ରଛାତ୍ରୀ ମାନଙ୍କୁ ଶିକ୍ଷାଲାଭ ସହିତ କ୍ରୀଡାର ଆବଶ୍ୟକତା ସମ୍ପର୍କରେ ଦିଗଦର୍ଶନ ଦେଇଥିଲେ । ଏହି ଅବସରରେ କୃତ୍ତି ଛାତ୍ରଛାତ୍ରୀ ମାନଙ୍କୁ ଅତିଥିମାନଙ୍କ ଦ୍ୱାରା ମାନପତ୍ର ସହିତ ପୁରସ୍କାର ପ୍ରଦାନ କରାଯାଇଥିଲା । ବିଦ୍ୟାଳୟର ସମସ୍ତ ଶିକ୍ଷକ ଶିକ୍ଷୟତ୍ରୀ ଓ କର୍ମଚାରୀମାନେ କାର୍ଯ୍ୟକ୍ରମକ୍ରମ ପରିଚାଳନା କରିଥିଲେ ।