ହାତୀଓଟରେ ଏଡିଏମଙ୍କ ଜରିଆରେ ୬୫ ହଜାର ଟଙ୍କା ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ସହାୟତା
ପୋଲସରା,(ଅନିଲ କୁମାର ମହାରଣା):ପୋଲସରା ବ୍ଲକ ଅନ୍ତର୍ଗତ ହାତୀଓଟ ଗ୍ରାମ ପଞ୍ଚାୟତର ସରପଞ୍ଚ, ସମିତି ସଭ୍ୟା,ସ୍ୱୟଂ ସହାୟକ ଗୋଷ୍ଠୀ, ଅଙ୍ଗନବାଡି କର୍ମୀ ଓ କେତକ ବଦାନ୍ୟ ବ୍ୟକ୍ତି ସାମୂହିକ ଭାବେ ୬୫୦୦୦ ଟଙ୍କା ପୋଲସରା ବିଧାୟକ ତଥା ଜିଲ୍ଲା ଯୋଜନା ବୋର୍ଡ ଅଧ୍ୟକ୍ଷ ଶ୍ରୀକାନ୍ତ ସାହୁଙ୍କ ଉପସ୍ଥିତରେ ଅତିରିକ୍ତ ଜିଲ୍ଲାପାଳ କବିନ୍ଦ୍ର କୁମାର ସାହୁଙ୍କ ଜରିଆରେ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ସହାୟତା କରିଛନ୍ତି। କରୋନା ସଂକ୍ରମଣ ରୋକିବା ପାଇଁ ଲକ ଡାଉନ ଯୋଗୁଁ ରାଜ୍ୟର ଆର୍ଥିକ ସ୍ଥିତିକୁ ସୁଦୃଢ କରିବା ପାଇଁ କୋଣ ଅନୁକୋଣରୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ସହାୟତା ରାଶି ପ୍ରଦାନ କରାଯାଉଥିବା ଦେଖା ଦେଇଛି। ଏହି ସହାୟତା ରାଶି ପ୍ରଦାନ ବେଳେ ପୋଲସରା ଗୋଷ୍ଠୀ ଉନ୍ନୟନ ଅଧିକାରୀ ଶମ୍ଭୁନାଥ ନନ୍ଦୀ,ପୋଲସରା ତହସିଲଦାର ସୁକାନ୍ତ ଚନ୍ଦ୍ର ମିଶ୍ର,ଗୋଷ୍ଠୀ ଶିକ୍ଷା ଅଧିକାରୀ ତ୍ରିଲୋଚନ ତ୍ରିପାଠୀଙ୍କ ସମେତ ସରପଞ୍ଚ ନାରାୟଣ ସେଠି, ସମିତି ସଭ୍ୟାଙ୍କ ପ୍ରତିନିଧି ମୁନା ନାୟକ, ସ୍ୱୟଂ ସହାୟକ ଗୋଷ୍ଠୀ ସଦସ୍ୟା, ଅଙ୍ଗନବାଡି କର୍ମୀ ବୃନ୍ଦ ଓ ବହୁ ବିଶିଷ୍ଠ ବ୍ୟକ୍ତି ଉପସ୍ଥିତ ଥିଲେ।