ହାତୀଓଟ ନୋଡ଼ାଲ ହାଇ ସ୍କୁଲର ସୁବର୍ଣ୍ଣ ଜୟନ୍ତୀ ଉତ୍ସବ

ପୋଲସରା, (ଅନିଲ କୁମାର ମହାରଣା):ଗଞ୍ଜାମ ଜିଲ୍ଲାର ପୋଲସରା ବ୍ଲକ ଅନ୍ତର୍ଗତ ହାତୀଓଟ ନୋଡ଼ାଲ ହାଇ ସ୍କୁଲ ପ୍ରତିଷ୍ଠା ହେବାର ୫୦ ବର୍ଷ ଉପଲକ୍ଷେ ସୁବର୍ଣ୍ଣ ଜୟନ୍ତୀ ଉତ୍ସବ ଜାନୁଆରୀ ୧୪ ତାରିଖ ଦିନ ଉଦଘାଟିତ ହୋଇଯାଇଛି। ଓଡିଶା ସରକାରଙ୍କ ମାନ୍ୟବର ଶ୍ରମ ଓ କର୍ମଚାରୀ ରାଜ୍ୟ ବୀମା ମନ୍ତ୍ରୀ ମୁଖ୍ୟ ଅତିଥି ଭାବେ ଯୋଗଦେଇ ସୁବର୍ଣ୍ଣ ଜୟନ୍ତୀ ଉତ୍ସବକୁ ଉଦଘାଟନ କରିଥିବା ବେଳେ ମୁଖ୍ୟ ବକ୍ତା ଭାବେ ମାନ୍ୟବର ରାଜ୍ୟସଭା ସାଂସଦ ନିରଞ୍ଜନ ବିଶି ଯୋଗଦେଇଥିଲେ। ସୁବର୍ଣ୍ଣ ଜୟନ୍ତୀ କମିଟିର ସଭାପତି ମୁରଲୀଧର ନନ୍ଦ କାର୍ଯ୍ୟକ୍ରମ ରେ ଅଧ୍ୟକ୍ଷତା କରିଥିଲେ। ସମ୍ମାନିତ ଅତିଥି ଭାବେ ଗଞ୍ଜାମ ଜିଲ୍ଲା ପରିଷଦ ଅଧ୍ୟକ୍ଷା ଅଞ୍ଜଳି ସ୍ବାଇଁ, ପୋଲସରା ବ୍ଲକ ଅଧ୍ୟକ୍ଷା କଳ୍ପନା ପ୍ରଧାନ, ଉପାଧ୍ୟକ୍ଷ କାହ୍ନୁ ଚରଣ ପରିଡା, ଜୋନ ୩୯ ଜିଲ୍ଲା ପରିଷଦ ସଦସ୍ୟା ଝୁନୁ ଦାସ, ହାତୀଓଟ ସରପଞ୍ଚ ରଶ୍ମିତା ସାହୁ, ସମିତି ସଭ୍ୟ କାହ୍ନୁ ଚରଣ ସାହୁ, ଅବସରପ୍ରାପ୍ତ ଅଧ୍ୟକ୍ଷ ପ୍ରଫେସର ଡ଼ଃ ଗୋପାଳ କୃଷ୍ଣ ନନ୍ଦ, ଅବସରପ୍ରାପ୍ତ ପ୍ରଧାନ ଶିକ୍ଷକ କାହ୍ନୁ ଚରଣ ସାହୁ ଓ ଏସଏମସି ସଭାପତି ପ୍ରଶନ କୁମାର ସାହୁ ଯୋଗଦେଇଥିଲେ। ଏହି ଅବସରରେ ଶିକ୍ଷା ଜ୍ୟୋତି ସ୍ମରଣିକା ପୁସ୍ତକ ଉନ୍ମୋଚିତ ହେବାସହ ମନ୍ତ୍ରୀ ଶ୍ରୀକାନ୍ତ ସାହୁଙ୍କୁ ମାନପତ୍ର ସହ ସମ୍ବର୍ଦ୍ଧିତ କରାଯାଇଥିଲା। ଏହି ଅବସରରେ ସାଂସଦ ଶ୍ରୀ ବିଶି ବିଦ୍ୟାଳୟର କୋଠା ନିର୍ମାଣ ପାଇଁ ଅର୍ଥ ପ୍ରଦାନ ପାଇଁ ଘୋଷଣା କରିଥିଲେ। ବିଦ୍ୟାଳୟର ପ୍ରଧାନ ଶିକ୍ଷକ ତଥା ସୁବର୍ଣ୍ଣ ଜୟନ୍ତୀ କମିଟିର ସଂପାଦକ ଉମା ଶଙ୍କର ଦାଶ ବିବରଣୀ ପଠନ କରିଥିବା ବେଳେ ସୁବର୍ଣ୍ଣ ଜୟନ୍ତୀ କମିଟିର କୋଷାଧ୍ୟକ୍ଷ ନିରାନନ୍ଦ ସାହୁ ଧନ୍ୟବାଦ ଅର୍ପଣ କରିଥିଲେ। ଅତିଥି ବୃନ୍ଦ କୃତ୍ତିତ୍ୱ ଅର୍ଜନ କରିଥିବା ଛାତ୍ରଛାତ୍ରୀଙ୍କୁ ପୁରସ୍କାର ପ୍ରଦାନ କରିଥିଲେ। ଶେଷରେ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ